Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ଅଗଷ୍ଟ ୧୮ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

18/08/2019 at 8:45 AM

ମେଷ – କର୍ମକ୍ଷେତ୍ରରେ ସଫଳତା ପାଇଁ କଠିନ ପରିଶ୍ରମ କରିବାକୁ ହେବ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଚଳ ଚେଷ୍ଟିତ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତି ସହ ସମ୍ମାନିତ ହେବେ ।

ବୃଷ – କାର୍ଯ୍ୟରେ ଶୃଙ୍ଖଳିତ କରିବାରେ ସକ୍ଷମ ହେବେ । କାର୍ଯ୍ୟ ସଫଳତା ଲାଭ କରିବେ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ ।

ମିଥୁନ – ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ ବିଦ୍ୱାନ୍, ସାହସୀ ଓ ସମ୍ପିବାନ୍ ତଥା ଉଦ୍ୟୋଗୀ ହେବେ । ଦାମ୍ପତ୍ୟ ସୁଖ ମିଳିବ ।

କର୍କଟ – କୃତିତ୍ୱ ଅର୍ଜନ କରି ସମ୍ମାନିତ ହେବେ । ଶାରିରୀକ ସ୍ତରରେ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ସହ ଯୋଗୀ ବ୍ୟବସାୟ ଲାଭଜନକ ହେବ ।

ସିଂହ – ସହକର୍ମୀମାନଙ୍କ ଠାରୁ ସହ ଯୋଗ ମିଳିବ । ସୁଖ- ସନ୍ତୋଷ ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚଳିଲେ ଲାଭବାନ୍ ହେବେ ।

କନ୍ୟା – ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ ର୍କୃପକ୍ଷଙ୍କ ପ୍ରିୟ ଭାଜନ ହେବେ । ସାମାନ୍ୟ ଚକ୍ଷୁୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଅଧିକ ଖର୍ଚ୍ଚାନ୍ତ ହେବେ ।

ତୁଳା – ଆଲୋଚନା ମାଧ୍ୟମରେ କାର୍ଯ୍ୟ ସମ୍ପାଦନ କରିବେ । ଉଦାର ସ୍ୱଭାବର ହେବେ । ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ବ୍ୟକ୍ତିତ୍ୱର ପରିପ୍ରକାଶ ଘଟାଇ ପାରନ୍ତି । ସୁସ୍ଥ ରହିବେ । କୃଷିକର୍ମକାରୀ ହେବେ । ବୁଦ୍ଧିମାନ୍ ହେବେ ।

ବିଛା – ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଭାବେ ଧନ ଲାଭ ହେବାର ସୁଯୋଗ ସୃଷ୍ଟି ହୋଇଛି । ବ୍ୟବସାୟରେ ପ୍ରଚୁର ଧନ ଲାଭ ହେବ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ ।

ଧନୁ – ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଘଟାଇପାରନ୍ତି । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃିର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃସ୍ନେହ ରହିବ ।

ମକର – ସ୍ୱାଧୀନ ଭାବେ ନିଜ ଇଚ୍ଛାରେ କାର୍ଯ୍ୟ କରିବା ସମ୍ଭବ ନୁହେଁ । ଭାଗ୍ୟଶାଳୀ ହେବେ । ପରଦେଶବାସୀ,ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ସ୍ତ୍ରୀ ବିଳାସୀ ହେବେ । ମିତ୍ର ସୁଖ ଲାଭ କରିବେ ।

କୁମ୍ଭ – ନିର୍ଭରଶୀଳ ନ ହୋଇ ନିଜର ସ୍ୱାଧୀନ ଚିନ୍ତାଧାରାରେ କାର୍ଯ୍ୟ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲି ମୋକଦ୍ଦମାରେ ବିଜୟୀ ହେବେ । ଧନଲାଭର ସୂଚନା ମିଳୁଛି । ରୁଚିକର ଭୋଜନ ମିଳିବ ।

ମୀନ – ଘାତଚନ୍ଦ୍ର ଭୋଗ ହେତୁ ସତକତାର ସହ ଚଳିବାକୁ ପଡିବ । ଖର୍ଚ୍ଚ ପରିମାଣ ବଢି ଯାଇପାରେ । ଚଳ ସ୍ୱଭାବର ହେବେ । ଥଣ୍ଡା ଜନିତ ପୀଡା ଅନୁଭବ କରିପାରନ୍ତି । ଏକାନ୍ତପ୍ରିୟ ହେବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି ।

   Related Posts