Tuesday, October 15, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ସେପ୍ଟେମ୍ବର ୧୭ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଚନ୍ଦ୍ରଙ୍କ ସୁପ୍ରଭାବରେ ଆପଣଙ୍କ କାମକୁ ସହଜରେ କରିବା ସକାଶେ ଆନୁଷଙ୍ଗିନ ଅନୁକୂଳ ପରିବେଶ ସୃଷ୍ଟି ହେବ । କିନ୍ତୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ବୃଷ – ମଙ୍ଗଳ ଆପଣଙ୍କୁ ଯାନବାହନ କ୍ରୟ,ନିର୍ମାଣ, ଯାନ୍ତ୍ରିକ ଜିନିଷ ସଜାଡିବା କ୍ଷେତ୍ରରେ ଖର୍ଚ୍ଚାନ୍ତ କରାଇପାରେ । ବନ୍ଧୁଙ୍କ ପରାମର୍ଶକୁ ଶ୍ରେୟ ମନେକରି କାମ କରିଚାଲିଲେ କେତେକାଂଶରେ ଉପକୃତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୩ ।

ମିଥୁନ – ବଳବାନ୍ ବୁଧ ଆପଣଙ୍କୁ ବୌଦ୍ଧିକତା ପ୍ରଦାନ କରି ଶିକ୍ଷା, ପରୀକ୍ଷା, ଉଚ୍ଚପଦଧିକାରୀ ସହ ଆଲୋଚନା କ୍ଷେତ୍ରରେ ଉନ୍ନତମାନର ଫଳ ପ୍ରଦାନ କରିବେ । କିନ୍ତୁ ମୃଗଶିରା ନକ୍ଷତ୍ର କର୍ମକ୍ଷେତ୍ରରେ ଚାପର ବଶର୍ବୀ ହୋଇ କେତେକ କାମ କରିବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୫ ।

କର୍କଟ – ଦ୍ୱିତୀୟ ଭାବରେ ରବି ଓ ମଙ୍ଗଳ ଆପଣଙ୍କ ବ୍ୟବହାରକୁ କଠୋର କରିଦେବା କାରଣରୁ ସମସ୍ୟାର ଆଶଙ୍କା ରହିଛି । ଏଣେ ସନ୍ତାନଙ୍କ ବୈବାହିକ ସମସ୍ୟା କିମ୍ବା ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତତ୍ପରତା ବଢିଯାଇପାରେ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୯ ।

ସିଂହ – ସୁସ୍ଥତା ପୂର୍ଣ୍ଣମାତ୍ରାରେ ରହିଥିଲେ ମଧ୍ୟ ଅଷ୍ଟମସ୍ଥ ଚନ୍ଦ୍ର ମାନସିକ ଅସ୍ଥିରତା ସୃଷ୍ଟିକରିବ । ଅବ୍ୟ ବ୍ୟୟାଧିପ ଅଷ୍ଟମଭାବରେ ବିପରୀତ ରାଜଯୋଗ ସୃଷ୍ଟି କରି ସମସ୍ୟାର ଅନ୍ତରାଳରେ କାର୍ଯ୍ୟସିଦ୍ଧି ପ୍ରଦାନ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

କନ୍ୟା – ଶନିଙ୍କ ପ୍ରଭାବରୁ କେତେକ ଅନିଚ୍ଛାକୃତ କାରଣବଶତଃ ପରିସ୍ଥିତି ବିଗିଡିଯାଇ ପାରେ । ବାରମ୍ବାର ସମସ୍ୟା ବୃଦ୍ଧି ପଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇଯିବ । ନିଜର ଅବହେଳା ହେତୁ ସ୍ୱାସ୍ଥ୍ୟ ଗୁରୁତର ହୋଇପାରେ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୮ ।

ତୁଳା – ଶୁକ୍ରଙ୍କ ଦୃଷ୍ଟି ଆପଣଙ୍କୁ ବିଳାସବ୍ୟସନ ଦିଗକୁ ଆକର୍ଷିତ କରିପାରେ । ଅନ୍ୟମାନେ ନିଜର ସୁବିଧା ଅନୁଯାୟୀ କାମ କରି ଆପଣଙ୍କ ପାଇଁ ସମସ୍ୟାର କାରଣ ସାଜି ପାରନ୍ତି । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ବିଛା – ବିଭିନ୍ନ ସମସ୍ୟା ମଧ୍ୟରେ ରହି ମନରେ ବିଭିନ୍ନ ପ୍ରକାରର ଚିନ୍ତା ସୃଷ୍ଟି ହେବ । ଅବଶ୍ୟ ଆଶା ପୂରଣ ପାଇଁ ଅନୁକୁଳ ପରିବେଶ ସୃଷ୍ଟି ହେବାର ନିକଟ ସମ୍ପକୀୟମାନଙ୍କ ଅବଦାନକୁ ଭୁଲି ପାରିବେ ନାହିଁ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୫ ।

ଧନୁ – ପରିବାରରେ ପାରସ୍ପରିକ ସାହାର୍ଯ୍ୟ,ସହଯୋଗ ଓ ସଦିଚ୍ଛା ଲାଭ କରି ଖୁସି ରହିବେ । ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୭ ।

ମକର – କର୍ମକ୍ଷେତ୍ରରେ ମଧ୍ୟ ଯୋଜନାଗୁଡିକ ଠିକ୍ ଭାବେ କାର୍ଯ୍ୟକାରୀ ହେବ ନାହିଁ । ବିଭିନ୍ନ ଅସୁବିଧାରେ ବୁଡି ରହିଥିବା ସମୟରେ ନିଜ ଲୋକମାନେ ଦାଉ ସାଧିବେ । ସହକର୍ମୀମାନଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

କୁମ୍ଭ – ଆଜିର କର୍ମକ୍ଷେତ୍ରରେ ମଧ୍ୟ ଯୋଜନାଗୁଡିକ ଠିକ୍ ଭାବେ କାର୍ଯ୍ୟକାରୀ ହେବ ନାହିଁ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିବେ । ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ମୀନ – ସାମାଜିକ ସ୍ତରରେ ଜନହିତକାର କାର୍ଯ୍ୟରେ ନିଜକୁ ଲିପ୍ତ ରଖିବେ । ଆନୁଷ୍ଠାନକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

554 Views

   ସମ୍ବନ୍ଧିତ ଖବର