Tuesday, October 15, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଅକ୍ଟୋବର ୫ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ମନ ସ୍ଥିର ହେବ । ମନରେ ଗର୍ବଭାବ ଉଦ୍ରେକ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ । ଚାକରିରେ ପ୍ରଶଂସା ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ବୃଷ – ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଧାର୍ମିକ ଓ ତେଜସ୍ୱୀ ହେବେ । ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ । ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ । ସେୟାର ମାର୍କେଟରୁ ଲାଭ ମିଳିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ମିଥୁନ – ପାରିବାରିକ ଜୀବନ ସୁଖମୟ ହେବ । ଦାନକୁ ଶ୍ରେଷ୍ଠ ଧର୍ମ ଭାବେ ବିବେଚିତ କରିବେ । ଉମ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଉଦାର ସ୍ୱଭାବ,କୃଷି କର୍ମକାରୀ ଓ ବୁଦ୍ଧିମାନ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

କର୍କଟ – ଦିଅଁ ଦର୍ଶନର ସୁଯୋଗ ପାଇବେ । ପରିଶ୍ରମର ମୂଲ୍ୟ ମିଳିିବ । ମନ ପ୍ରସନ୍ନ ରହିବ । ଆସ୍ତିକ ଓ ବିବାଦରେ ବିଜୟୀ ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ସିଂହ – କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ସୁଖ-ସମ୍ମାନ ଲାଭ କରିବେ । ଉମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପରଦେଶବାସୀ, ମଧୁରଭାଷୀ, ସହନଶୀଳ , ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

କନ୍ୟା – ଯାନବାହନ ଚଳାଚଳରେ ସତର୍କ ହେବେ । ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟ ପାଇଁ ଉଦ୍ୟମ କରିପାରନ୍ତି । ଧନ ଲାଭ ହେବାର ସୂଚନା ମିଳୁଛି । ଚିନ୍ତାଧାରା ମହତ୍ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ତୁଳା – ଯୋଗାଯୋଗରେ ସଫଳତା ମିଳିବ । କଷ୍ଟସାଧ୍ୟ ହେବ । ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଚଳ ସ୍ୱଭାବ ଓ ମଧୁର କଥାରେ ଲୋକଙ୍କୁ ବଶକରି ଜନପ୍ରିୟ ହେବେ । ସବୁ ବାଧା , ବିଘ୍ନ ସ୍େୱ ରାଜଯୋଗ ଅଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ବିଛା – ମାଙ୍ଗଳିକ କାର୍ଯ୍ୟରେ ମନୋମିବେଶ କରିପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇ ଧନ ଲାଭ କରିବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୬ ।

ଧନୁ – ସାଧନାରେ ସିଦ୍ଧିପ୍ରାପ୍ତ ହେବାର ସୂଚନା ମିଳୁଛି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ମକର – ମାନସିକ ଅଶାନ୍ତି ଦୂର ହେବ । ସେବା ପୂଜାରେ ନିଜକୁ ନିୟୋଜିତ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ-ବିଳାସରେ ଦିନଟି ଅତିବାହିତ କରି ସୁଖ-ସମୃଦ୍ଧୀପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

କୁମ୍ଭ – ହଠାତ୍ କିଛି ଧନ ପ୍ରାପ୍ତିର ସୂଚନା ମିଳୁଛି, ମାତ୍ର ସୁଖ ମିଳିବା କଷ୍ଟସାଧ୍ୟ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ସହ ଯୋଗୀ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ମୀନ – ମହିଳା ଓ ବିଦ୍ୟାର୍ଥୀମାନେ ଶାନ୍ତିପ୍ରିୟ ଓ ସେବା ମନୋଭାବର ହେବେ । ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ବ୍ୟବସାୟ ଲାଭଜନକ ହୋଇପାରେ । ପତ୍ନୀଙ୍କ ଉପଦେଶ ଉପାଦେୟ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

428 Views

   ସମ୍ବନ୍ଧିତ ଖବର