ଅକ୍ଟୋବର ୧୫ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 15, 2019 IST

ମେଷ – ମନ ପ୍ରସନ୍ନ ଓ ଶରୀର ସୁସ୍ଥ ରହିବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବା ପାଇଁ ଉଦ୍ୟମ ଜାରି ରଖିବେ । ସୁଶୀଳା ପତ୍ନୀଙ୍କ ସାନ୍ନିଧ୍ୟ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

ବୃଷ – କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନରେ ପ୍ରସନ୍ନତା ଭାବ ଉଦ୍ରେକ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ମିଥୁନ - ପୈତୃକ ସମ୍ପି ପାଇଁ ଲାଗି ରହିଥିବା ବିବାଦର ସୁସମାଧାନ ହେବ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

କର୍କଟ – କାର୍ଯ୍ୟରେ ସଫଳତା ମିଳିବ । କଷ୍ଟସାଧ୍ୟ ଓ ଈର୍ଷାଳୁ ସ୍ୱଭାବର ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ । ଆଜି ଆପଣଙ୍କୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ସିଂହ – ସୁଖ-ସମ୍ମାନ ଲାଭ କରିବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଅହଂଭାବ ଉଦ୍ରେକ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

କନ୍ୟା – କାର୍ଯ୍ୟ ହାସଲ କରିବା ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ବଳିଷ୍ଠ ଓ ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ ର୍କୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ । ଶୁଭ ରଙ୍ଗ ଧୂସର ।ଶୁଭ ଅଙ୍କ ୭ ।

ତୁଳା – ଅଭାବ ଦୂରେଇ ଯିବ । ପଢାଲେଖାରେ ପାରଙ୍ଗମ ହେବେ । ଚଳ ପ୍ରକୃତିର ହୋଇପାରନ୍ତି । ଆସନ୍ନ ପ୍ରସବା ଥିଲେ ସନ୍ତାନ ଜାତ ହୋଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ବିଛା – ଯେକୌଣସି କାର୍ଯ୍ୟ କରନ୍ତୁ ନା କାହିଁକି ପ୍ରାୟ ପ୍ରତ୍ୟେକ କ୍ଷେତ୍ରରୁ ସଫଳତା ମିଳିବ । ଉଦାର ପ୍ରକୃତିର ହେବେ । ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଧନୁ – କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃିର ହେବେ । ମଧୁର ଭାଷୀ ହୋଇପାରନ୍ତି । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ମକର – ବନ୍ଧୁଙ୍କ ସହିତ ସହମତି ପ୍ରକାଶ କରିପାରନ୍ତି । ଭାଗ୍ୟଶାଳୀ ଓ ଉମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମିତ୍ର ସୁଖ ଲାଭ କରିବେ । ମଧୁରଭାଷୀ, ସହନଶୀଳ , ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

କୁମ୍ଭ - ପ୍ରିୟ ବ୍ୟକ୍ତିଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ଓ ରଣାଙ୍କନରେ ପାରଙ୍ଗମ ହେବେ । କାୟ ମନୋବାକ୍ୟ ଧର୍ମ ଆଚରଣ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ମୀନ - ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ । ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି । ଚଳ ସ୍ୱଭାବର ହେବେ । ସଭାରେ ସୁମଧୁର ଭାଷଣ ଦେଇ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.