Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||
  • ଭୁବନେଶ୍ବର : ପିପିଲି ହିଂସା ଘଟଣା, ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେଡି
  • ||
  • କରଞ୍ଜିଆ : ବିଡିଓଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ, ବ୍ଲକ କାର୍ଯ୍ୟାଳୟରେ ତାଲା ପକାଇ ନିର୍ବାଚିତ ଜନ ପ୍ରତିନିଧିଙ୍କ ଧାରଣା ୪ର୍ଥ ଦିନରେ
  • ||

ଅକ୍ଟୋବର ୨୦ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

20/10/2019 at 10:04 AM

ମେଷ – ମାଙ୍ଗଳିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ପରମ ସୌଭାଗ୍ୟଶାଳୀ, ମଧୁରଭାଷୀ ଓ ଉଦାର ବିଦ୍ୟାପ୍ରେମୀ ହେବେ । ସମ୍ମାନସ୍ପଦ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ବୃଷ – ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଆଶାବାଦୀ ଓ ରଣାଙ୍ଗନରେ ପାରଙ୍ଗମ ହେବେ । ଧନ ଲାଭ ହେବାର ସୂଚନା ମିଳୁଛି । ଧନ- ସମ୍ପଦ ଭରପୂର ରହିବ । ଉମ ଭୋଜନ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

ମିଥୁନ – ଦ୍ରବ୍ୟ ଲାଭର ସୁଯୋଗ ଅଛି । ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି । ମଧୁରଭାଷୀ ହେତୁ ବ୍ୟବସାୟରେ ଉନ୍ନତି କରିବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

କର୍କଟ – କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ଓ ଚଳ ସ୍ୱଭାବର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି । ଦୁଃସାହିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବେ । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୬ ।

ସିଂହ – ମହିଳାମାନେ ଯତ୍ନଶୀଳା ଓ ବିଦ୍ୟାର୍ଥୀ ଯତ୍ନବାନ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବ୍ୟବସାୟରେ କ୍ଷତି ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।

କନ୍ୟା – ଧନବାନ୍ ହେତୁ ସୁଖ ଭୋଗ କରିପାରନ୍ତି । ସେବା ପୂଜାରେ ନିମଗ୍ନ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସ ଏବଂ ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

ତୁଳା – ବନ୍ଧୁମେଳରେ ଅପ୍ରିୟ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ସ୍ୱାଭିମାନୀ ହେବେ । ସହ ଯୋଗୀ ବ୍ୟବସାୟରୁ ଲାଭ ମିଳିବ । ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ବିଛା – ବନ୍ଧୁ ସହ-ଯୋଗ ପାଇପାରନ୍ତି । ଘାତଚନ୍ଦ୍ର ଭୋଗ ହେଉଥିବାରୁ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ଚଳିବାକୁ ପଡିବ । ବ୍ୟବସାୟ ଲାଭଜନକ ହେବ । ପତ୍ନୀଙ୍କ ସମର୍ଥନ ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ଧନୁ – ସ୍ଥାନାନ୍ତର ହେବାର ସୂଚନା ମିଳୁଛି । ଶତ୍ରୁ ଉପରେ କଡା ନଜର ରଖିବାକୁ ପଡିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ବଳିଷ୍ଠ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରିରେ ସୁନାମ ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ମକର – ସମ୍ପିବାନ୍ ହୋଇପାରନ୍ତି । କୌଣସି କାରଣରୁ ଅନୁତପ୍ତ ହୋଇପାରନ୍ତି । ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ଦେଖା ଦେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

କୁମ୍ଭ – ନିର୍ମାଣ କାର୍ଯ୍ୟର ଅଗ୍ରଗତି ଘଟାଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନଧର୍ମରେ ବିଶ୍ୱାସୀ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟାଇ ସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ମୀନ – ସମ୍ପଦରେ ବୃଦ୍ଧି ଘଟିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । କଫ, ଜ୍ୱରରେ ପୀଡିତ ହେବାର ସମ୍ଭାବନା ଅଛି । ସାନଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

   Related Posts