ଅକ୍ଟୋବର ୨୫ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 25, 2019 IST

ମେଷ – ଏକ ନୂତନ ଉନ୍ନତିମୂଳକ କାର୍ଯ୍ୟପ୍ରତି ଆଗ୍ରହ ପ୍ରକାଶ କରିବେ । ପ୍ରତିରୋଧ ସ୍େୱ ଆଗକୁ ମାଡି ଚାଲିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଆଦରି ନେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

ବୃଷ – ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ମନ ପ୍ରସନ୍ନ ରହିବ । ଭାଷାବିତ୍ ହୋଇପାରନ୍ତି । ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ମିଥୁନ - ପୈତୃକ ସମ୍ପିରୁ ଲାଭବାନ୍ ହୋଇପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ଉମ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

କର୍କଟ – ଅନ୍ୟ ପାଇଁ କଷ୍ଟ ସହି କାର୍ଯ୍ୟ କରିବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ରୋଜଗାର ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।

ସିଂହ – ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଥଣ୍ଡା ଜନିତ ସାମାନ୍ୟ କ୍ଳେଶଭୋଗ କରିପାରନ୍ତି । ଚଳ ସ୍ୱଭାବର ହେବେ । ମିଷ୍ଟଭାଷୀ ଭାବେ ଜନ ସମାଜରେ ଆଦରଣୀୟ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

କନ୍ୟା –ଆୟ ଆଶାନୁରୂପ ହେବ । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଜ୍ୟୋତିଷ ବିଦ୍ୟାରେ ରୁଚି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ତୁଳା – ବ୍ୟବସାୟରେ ସ୍ଥିତାବସ୍ଥା ବଜାୟ ରହିବ । ସାଧନାରେ ସିଦ୍ଧି ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ବିଛା – ଗୃହ କାର୍ଯ୍ୟ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

ଧନୁ – ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଦୁଃସାହସିକ ପଦକ୍ଷେପ ନେଇ ପାରନ୍ତି । ଦୁଃଖକର ଖବର ମିଳିପାରେ । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ମକର – ପରର ଉପକାର କରିବାକୁ ଯାଇ ଧୋକା ଖାଇପାରନ୍ତି । ଆଦର, ସମ୍ମାନ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

କୁମ୍ଭ - ପାରିବାରିକ ଶାନ୍ତି ଅବ୍ୟାହତ ରହିବ । ଦୃଢମନୋବଳ ନେଇ କାର୍ଯ୍ୟ କରିବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ସର୍ବତ୍ର ବିଜୟୀ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ମୀନ - ପରର ଉପକାର କରିବାକୁ ଯାଇ ଅସୁବିଧାରେ ପଡିପାରନ୍ତି । କେତେକ କ୍ଷେତ୍ରରେ ନିରବ ଦ୍ରଷ୍ଟା ସାଜିପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଜୁଆ ଅଥବା ଲଟେରିରୁ ଧନଲାଭ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.