ନଭେମ୍ବର ୧୧ ତାରିଖ, ସୋମବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 11, 2019 IST

ମେଷ  - ଲାଗି ରହିଥିବା ବିବାଦର ସମାଧାନ ହେବ । ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ । ସରକାରୀ କୃପା ଲାଭ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ବୃଷ – ଶତ୍ରୁତାର ଅବସାନ ଘଟିବ । ଲାଭ ଯୁକ୍ତ ହୋଇପାରନ୍ତି । ସୁଖ-ସମ୍ମାନ ଲାଭ କରିବେ । ଶୁଭ ଖବର ପାଇ ଖୁସି ହେବେ । ପାରିବାରିକ ସୁଖ-ଶାନ୍ତି ଅବ୍ୟାହତ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ମିଥୁନ - କାର୍ଯ୍ୟ ସହଜ,ସୁଲଭ ହେବ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । ପ୍ରତିଯୋଗିତାରେ ବିଜୟୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ରହିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

କର୍କଟ – ଦିନସାରା କାର୍ଯ୍ୟରେ ବ୍ୟସ୍ତ ରହିବେ । ଦିନଟି ଆପଣଙ୍କ ପାଇଁ ଦୁଃଖଦ ହୋଇପାରେ । ତାମ୍ର, ପ୍ରବାଳ, ସୁବର୍ଣ୍ଣ ମୂଲ୍ୟବାନ ବସ୍ତ୍ର ଯାନବାହନ ଓ ରାଜପ୍ରସାଦ ହେତୁକ ସୁଖାଶ୍ଚର୍ଯ୍ୟ ଭୋଗ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।

ସିଂହ – ସୁଖ-ସନ୍ତୋଷ ମିଳିବ । ସୌଭାଗ୍ୟଯୁକ୍ତ ଏବଂ ବନ୍ଧୁ ସହାୟତାରୁ ଲାଭବାନ୍ ହେବେ । ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ପତ୍ନୀଙ୍କ ସାହଚର୍ଯ୍ୟ ପାଇଁ କୃତକାର୍ଯ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

କନ୍ୟା – ମାଲି ମୋକଦ୍ଦମାରେ ବିଜୟୀ ହେବେ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଯେକୌଣସି ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ତୁଳା – ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ବ୍ୟବହାର କୁଶଳତା ଆପଣଙ୍କୁ ମହାନ୍ କରି ଗଢି ତୋଳିବ । ମାନ୍ୟତା ପ୍ରାପ୍ତ ହୋଇପାରନ୍ତି । ଚିତ୍ତରେ ପ୍ରସନ୍ନତା ଭରି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ବିଛା – ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବାରେ ଦକ୍ଷତା ପ୍ରତିପାଦବ କରିପାରନ୍ତି । ଶ୍ରେଷ୍ଠ ସମ୍ମାନରେ ସମ୍ମାନିତ ହେବେ । ଶାସ୍ତ୍ରବିତ୍ ହୋଇପାରନ୍ତି । ଧନାନ୍ୱିତ ହେବାର ସୁଯୋଗ ସୃଷ୍ଟି ହୋଇଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଧନୁ – ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ପୁଣ୍ୟଦେହୀ ହୋଇପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୬ ।

ମକର – ମାନସିକ ଶାନ୍ତି ହରାଇ ପାରନ୍ତି, ମାତ୍ର ପରିଶ୍ରମର ମୂଲ୍ୟ ମିଳିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଉପକାରୀ ନିକଟରେ କୃତଜ୍ଞ ହେବେ । ଶୁଭ ରଙ୍ଗ ଗୋଲଡେନ୍ । ଶୁଭ ଅଙ୍କ ୨ ।

କୁମ୍ଭ  - କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମାନ-ସମ୍ମାନ ପ୍ରାପ୍ତ ହେବେ । କାର୍ଯ୍ୟରେ ସିଦ୍ଧି ଲାଭ କରିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ମୀନ - ଅନଟନ ଦେଖା ଦେଇପାରେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଘାତଚନ୍ଦ୍ର ହେତୁ ଯାନବାହନ ଚଳାଚଳ ଓ ଉଚ୍ଚସ୍ଥାନ ଆରୋହଣରେ ସତର୍କ ରହିବେ । ପୁଣ୍ୟବାନ୍ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.