Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ପାଇଁ ଗ୍ଲୋବାଲ୍‌ ଟେଣ୍ଡର: ୧୯ ସଦସ୍ୟଙ୍କୁ ନେଇ ଗଠନ ହେଲା କମିଟି
  • ||
  • ଭୁବନେଶ୍ବରରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ୯୬୨ ଆକ୍ରାନ୍ତ ଚିହ୍ନଟ
  • ||
  • ନୂଆଦିଲ୍ଲୀ : କରୋନାର ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ଉପଯୋଗୀ ଆୟୁଷ-୬୪, ଏହି କେନ୍ଦ୍ରରେ ମିଳୁଛି ମାଗଣାରେ
  • ||
  • ଶାମଲୀ : ଲଜ୍ଜାଜନକ ଦୃଶ୍ୟ, ଅଳିଆ ବୁହା ଗାଡିରେ ଶ୍ମଶାନଘାଟ ଗଲା ମହିଳାଙ୍କ ମୃତଦେହ
  • ||
  • ଟିକା ପାଇଁ ହେବ ଗ୍ଲୋବାଲ୍‌ ଟେଣ୍ଡର, ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ରାହୁଲ ଭୋରାଙ୍କ ମୃତ୍ୟୁ ପରେ ପତ୍ନୀ ସେୟାର କଲେ ଯନ୍ତ୍ରଣାଦାୟକ ଭିଡିଓ… କେମିତି ଅକ୍ସିଜେନ୍ ଟିକିଏ ପାଇଁ ହେଉଥିଲେ ଛଟପଟ
  • ||
  • ମଥୁରା : କରୋନାରେ ହେମାମାଳିନୀଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ, ଟ୍ବିଟ୍ କରି ଅଭିନେତ୍ରୀ ଦେଲେ ଶ୍ରଦ୍ଧାଞ୍ଜଳି
  • ||
  • ଭୁବନ : ଦୀର୍ଘ ୭ଘଣ୍ଟା ବନ୍ଦ ଘରେ ପଡିରହିଲା ମୃତଦେହ, କରୋନା ସଂକ୍ରମଣ ଆଶଙ୍କାରେ ପାଖ ମାଡିଲେନି ପରିବାର
  • ||
  • ବଲାଙ୍ଗୀର : ରୋଗୀଙ୍କୁ ଲାଞ୍ଚ ମାଗିବା ପଡିଲା ମହଙ୍ଗା, SDMOଙ୍କୁ ସୋ-କଜ୍ ନୋଟିସ୍ ପରେ ପଠାଗଲା ଡେପୁଟେସନରେ, ସ୍ବାସ୍ଥ୍ୟକର୍ମୀ ସସ୍‌ପେଣ୍ଡ
  • ||
  • ହାଇଦ୍ରାବାଦ : ଅକ୍ସିଜେନ୍ ଟ୍ୟାଙ୍କର ଡ୍ରାଇଭର ଭୁଲିଗଲା ହସ୍ପିଟାଲ ରାସ୍ତା, ଅକ୍ସିଜେନ୍ ଅଭାବରୁ ଚାଲିଗଲା ୭ କରୋନା ରୋଗୀଙ୍କ ଜୀବନ
  • ||

ନଭେମ୍ବର ୧୩ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

13/11/2019 at 6:46 AM

ମେଷ – ଆକସ୍ମିକ ଭାବେ ଧନ ପ୍ରାପ୍ତ ହେବ । ବ୍ୟୟ ବୃଦ୍ଧିର ସମ୍ଭାବନା ଅଛି । ସୁଭାଷୀ ଓ ସୁବକ୍ତା ହୋଇପାରନ୍ତି । ରାଜଯୋଗ ପ୍ରାପ୍ତ ହୋଇପାରେ  । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ବୃଷ – ପଦୋନ୍ନତି ପାଇବା ପାଇଁ ବିଶେଷ ପଦକ୍ଷେପ ନେଇ ପାରନ୍ତି । ଆୟ ବୃଦ୍ଧିର ସମ୍ଭାବନା ଅଛି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ସରକାରୀ କୃପା ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ମିଥୁନ – ଦୁଃସାହସିକ ପଦକ୍ଷେପ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିପାରନ୍ତି । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

କର୍କଟ – ଚେଷ୍ଟା କରି ଜଞ୍ଜାଳ ଏଡାଇପାରନ୍ତି । ପରୋପକାରୀ  ଭାଗ୍ୟଶାଳୀ ହେବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ ବିଦ୍ୱାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ସିଂହ – ସମସ୍ୟା ବଢିବାକୁ ଲାଗିବ । ଶାରିରୀକ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସର୍ଦି-କଫରେ ପୀଡିତ ହୋଇପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

କନ୍ୟା – ଅଭାବ ଦୂରେଇ ଯିବ । ବିଭିନ୍ନ ଦିଗରୁ ସହ ଯୋଗ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ପତ୍ନୀଙ୍କ ପରାମର୍ଶ ଗ୍ରହଣ ଯୋଗ୍ୟ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ତୁଳା – ଦୁଃଖପୂର୍ଣ୍ଣ ବାର୍ତ୍ତା ମିଳିପାରେ । ଶତ୍ରୁ ଉପରେ ନିଜର ରଖିବେ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟପାତ୍ର ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ବିଛା – କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି । ସମ୍ମାନକୁ ଜଗି ଚଳିଲେ ସମସ୍ତଙ୍କର ପ୍ରିୟପାତ୍ର ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଭାବେ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ଧନୁ – ଯାହା ଭାବୁଛନ୍ତି ଅପେକ୍ଷା ନ କରି ତୁରନ୍ତ କାର୍ଯ୍ୟ କଲେ ସଫଳତା ମିଳିବ । ମନୋବଳ ଦୃଢ ରହିବ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଆଦରି ନେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ମକର – ପରର ଉପକାର କରିବାକୁ ଯାଇ ନିନ୍ଦିତ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରବୃତ୍ତିର ହୋଇପାରନ୍ତି । ଥଣ୍ଡା-କଫ ଜନିତ ପୀଡା ଉପୁଜି ପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

କୁମ୍ଭ  – ବ୍ୟବସାୟରେ ଲାଭବାନ୍ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହେବେ । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ମୀନ – ଆପଣଙ୍କୁ ଆବଶ୍ୟକ ସହ ଯୋଗ ମିଳିପାରେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

   Related Posts