ନଭେମ୍ବର ୨୨ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | November 22, 2019 IST

ମେଷ – ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଭାବେ ଧନ ଲାଭ ହୋଇପାରେ । ଲଟେରିର ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ବୃଷ – ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମକୁ ଆଦରି ନେବେ । ସୁଖୀ ହେବେ । ବ୍ୟକ୍ତିତ୍ୱ ବିକଶିତ ହେବ । କୃଷିକର୍ମକାରୀ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।

ମିଥୁନ - ଦୀର୍ଘ ଦିନର ଆଶା ପୂରଣ ହେବ । ମନୋବଳ ଦୃଢ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ଓ ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଭ୍ରାତୃଭାବ ଅତୁଟ ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

କର୍କଟ – ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ବିଶିଷ୍ଟ ବ୍ୟକ୍ତିଭାବେ ନିଜର ପରିଚୟ ସୃଷ୍ଟି କରିବେ । ମଧୁରଭାଷୀ,ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ସିଂହ – ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଋଣାଙ୍ଗନରେ ବୀରତ୍ୱର ପରିପ୍ରକାଶ ଘଟାଇ ପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫  ।

କନ୍ୟା – ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ମଧୁର ସମ୍ଭାଷଣରେ ପରକୁ ଆପଣାର କରିବେ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ତୁଳା – ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୬ ।

ବିଛା – ଶ୍ରମ ସାର୍ଥକ ହେବ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ରହିବେ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

ଧନୁ – ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ସମୟ ବିତାଇପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ମକର – କୃତକର୍ମର ଫଳ ଭୋଗ କରିପାରନ୍ତି । ଘାତଚନ୍ଦ୍ର ଓ ଅଷ୍ଟମଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ପ୍ରତି ପାଦପାତରେ ସତର୍କତା ଲୋଡା । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

କୁମ୍ଭ  - ଅଟକି ଥିବା କାର୍ଯ୍ୟରେ ଆଗକୁ ବଢିବେ । ବନ୍ଧୁ ସହ ଯୋଗ ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିୟୋଜିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ମୀନ - ଯେକୌଣସି ମତେ କାର୍ଯ୍ୟ ହାସଲ କରିପାରନ୍ତି । ଶତ୍ରୁ ଉପରେ କଡାନଜର ରଖିବାକୁ ପଡିବ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.