Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ନଭେମ୍ବର ୩୦ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

30/11/2019 at 6:53 AM

ମେଷ – ଆଜି ଆପଣଙ୍କ ସ୍ୱାସ୍ଥ୍ୟରେ ଉନ୍ନତି, କାର୍ଯ୍ୟ ସିଦ୍ଧି, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭାନ୍ୱିତ ହେବେ । ଜମିଜମା ବିବାଦ, ପଦୋନ୍ନତି, ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ପ୍ରଭୃତି ସୁଫଳ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ବୃଷ – ଆକସ୍ମିକ ଅନିତୁ ଦୂରକୁ ଯାତ୍ରା, ପଡୋଶିନୀଙ୍କ ସହ ମତାନ୍ତର, ଆନୁଷ୍ଠାନିକ କାର୍ଯ୍ୟରେ ପ୍ରେରଣା ପାଇବେ । ଉଦ୍ୟମର ସଫଳତା ପ୍ରାପ୍ତି ଦିଗରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୧ ।

ମିଥୁନ – ଆଶାନୁଯାୟୀ ଅର୍ତ ପ୍ରାପ୍ତି ଅବଶ୍ୟ ଘଟିବ କିନ୍ତୁ ପିଲାମାନଙ୍କ ସକାଶେ କିମ୍ବା ଶିକ୍ଷା କ୍ଷେତ୍ର ପାଇଁ ଅଥବା ଜମିଜମା, ଚୁକ୍ତିପତ୍ର କ୍ଷେତ୍ରରେ ବ୍ୟୟ କରିବାର ମଧ୍ୟ ସୂଚନା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

କର୍କଟ – ଆଜି ଜହ୍ନ ମାମୁଁ ଭଳି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତି ବିଶେଷଙ୍କ ମାଧ୍ୟମରେ ଆଦର ଓ ସମ୍ମାନ ପାଇବେ । ପାରିବାରିକ କ୍ଷେତ୍ରରେ , ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।

ସିଂହ – ଆକସ୍ମିକ ଖର୍ଚ୍ଚ ସହ ବାରମ୍ବାର ସ୍ଥାନାନ୍ତର ଓ ଅନ୍ୟମାନଙ୍କ ସମସ୍ୟା ଭିତରେ ନିଜକୁ ସାମିଲ କରିବାକୁ ବାଧ୍ୟ ହୋଇପାରନ୍ତି । ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ପୂର୍ବକ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୨  ।

କନ୍ୟା – ଆତ୍ମୀୟମାନଙ୍କ ସହ ମନାନ୍ତର କିମ୍ବା କଳହ ବ୍ୟତୀତ ଅନ୍ୟ ପ୍ରତ୍ୟେକ ଦିଗରୁ ଦିନଟି ସୁନ୍ଦର ଭାବରେ ଅତିବାହିତ ହେବ । ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ତୁଳା – ଅଭାବ ନ ଥିଲେ କ’ଣ ହେଲା ହାତ ଖାଲି ରହିବା ଫଳରେ କିଣିବାକୁ ଇଚ୍ଛା ଥିଲେ ମଧ୍ୟ କିଣି ପାରିବେ ନାହିଁ । ପରିସ୍ଥିତି ବଶତଃ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ବିଛା – ସ୍ୱାସ୍ଥ୍ୟ ସମସ୍ୟା ସ୍ଥିର ରହିବ । ଈର୍ଷା କରୁଥିବା ଲୋକମାନଙ୍କର ପରୋକ୍ଷ ଚୁପ୍ଚାପ୍ କଥା ମନରେ ଅସ୍ଥିରତା ସୃଷ୍ଟି କରିପାରେ । ରାହୁଙ୍କ ଦୋଷରୁ କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଧନୁ – ଆଲୋଚନା ପରିସରରେ କିମ୍ବା ସଭା ସମିତିରେ ନିଜର କିଛି ମତ ମନ୍ତବ୍ୟକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଭ୍ରମଣ, ବନ୍ଧୁମିଳନରୁ ମନ ଖୁସି ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ମକର – ଆଜି ଘରେ  ଯେମିତି ବାହାରେ ମଧ୍ୟ ସେମିତି ସବୁଠି ଆଦର ଓ ସମ୍ମାନ, ପ୍ରଶଂସା ମଧ୍ୟରେ ମନ ଖୁସି ହୋଇଯିବ । ଅନ୍ୟ ଦ୍ୱାରା ଧନ ହାନିର ସୂଚନା ପ୍ରତି ସତର୍କ ରହିବା ଭଲ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

କୁମ୍ଭ  – କର୍ମକ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରି ସମସ୍ୟା ସୃଷ୍ଟି କରିପାରନ୍ତି । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

ମୀନ – ଆଜି ଅବୁଝା ସନ୍ତାନ, ଅନାଦର ଆମନ୍ତ୍ରଣ , ଅଯଥା ତର୍କ ଜନିତ ବ୍ୟସ୍ତତା ବୃଦ୍ଧି ପାଇବ । କିନ୍ତୁ ମଙ୍ଗଳଙ୍କ ସୁପ୍ରଭାବରୁ ଆର୍ଥିକ ଉନ୍ନତି ହେବ । ସଭା ସମିତି କ୍ଷେତ୍ର ଉତ୍ତମ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

   Related Posts