ଡିସେମ୍ବର ୦୪ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | December 04, 2019 IST

ମେଷ – ଗୃହ ଉପକରଣ ସଂଗ୍ରହ କରିବେ । ପରିଶ୍ରମର ମୂଲ୍ୟ ମିଳିବ । କୁଳ ଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶ ଅର୍ଜନ କରି ଗର୍ବିତ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ବୃଷ - ପାରିବାରିକ ଜୀବନ ଉନ୍ନତମାନର ହେବ । ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ମଗ୍ନ ରହିବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।

ମିଥୁନ - ଯାନ୍ତ୍ରିକ ଅଭିଜ୍ଞତା ବଢାଇପାରନ୍ତି । ଶାରିରୀକ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହେବେ । ସହଯୋଗୀ ବ୍ୟବସାୟ ଲାଜଜନକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

କର୍କଟ – ମାନସିକ ସ୍ତରରେ ଶାନ୍ତି ଅନୁଭବ କରିବେ । ବନ୍ଧୁମିଳନ ଘଟିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହେବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି । ଅବିବାହିତଙ୍କର ବିବାହ ସ୍ଥିର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ସିଂହ – ମନରେ ବଢୁଥିବା ଉଦ୍ବେଗ ପ୍ରଶମିତ ହେବ । ବଦଖର୍ଚ୍ଚ ହୋଇପାରେ । ଚକ୍ଷୁରେ ସାମୟିକ ଭାବେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

କନ୍ୟା – ନୂତନ ନିଯୁକ୍ତି ପାଇପାରନ୍ତି । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭ ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

ତୁଳା – ଧୈର୍ଯ୍ୟ ରଖି କାର୍ଯ୍ୟ କଲେ ସଫଳତା ମିଳିବ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ବିଛା – ଶ୍ରମ ସାର୍ଥକ ହେବ । ଉଦାର ପ୍ରକୃତିର ହେବେ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁର କଥାରେ ପରକୁ ଆପଣାର କରିବେ । ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ଧନୁ – କର୍ମକ୍ଷେତ୍ର ଉତ୍ସାହଜନକ ହେବ । ଆଳସ୍ୟ ଅନୁଭବ କରିପାରନ୍ତି, ତଥାପି ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

ମକର – ସ୍ୱାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସୈନିକମାନେ ଋଣାଙ୍ଗନରେ ବୀରତ୍ୱ ପ୍ରଦର୍ଶନ କରିପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

କୁମ୍ଭ  - ମନ ଦୁର୍ବଳ ରହିପାରେ । ବ୍ୟୟ ପରିମାଣ ବୃଦ୍ଧି ପାଇବ । ଥଣ୍ଡା-କଫଜିତ ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ମଧୁର ବଚନ କହି ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ମୀନ - ଗୃହର ଆଭ୍ୟନ୍ତରୀଣ ବ୍ୟାପାର ଆନନ୍ଦଦାୟକ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.