ଅପ୍ରେଲ ୧ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 01, 2020 IST

ମେଷ – ଆଜି ରାଶ୍ୟାଧିପତି ସହ ଅନ୍ୟ ଦୁଇଟି ଗ୍ରହଙ୍କ ସମାବେଶ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିିତି ସୃଷ୍ଟି କରିପାରନ୍ତି । ପରିବାରରେ ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍‌ସନ ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ବୃଷ – ସ୍ୱଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ଶିଳ୍ପ,ବାଣିଜ୍ୟ ଓ ପରିବହନ ସକାଶେ ଦିନଟି ବହୁତ ଭଲ । ବନ୍ଧୁସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।

ମିଥୁନ – ରାଶିରେ ବଳବାନ୍ ରାହୁ ଏବଂ ଭାଗ୍ୟସ୍ଥ ବୁଧ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣଙ୍କ ଚେଷ୍ଟା କଦାପି ନିଷ୍ଫଳ ହେବ ନାହିଁ । ନିର୍ମାଣାଧୀନ କାମ ଓ ଅନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

କର୍କଟ – ଚନ୍ଦ୍ର ଏବଂ ମଙ୍ଗଳଙ୍କ ଉଚ୍ଚାବସ୍ଥାନ ଆପଣଙ୍କ କାର୍ଯ୍ୟ ସିଦ୍ଧି, ଆର୍ଥିକ ଉନ୍ନତି ସହ ବନ୍ଧୁ ସମ୍ପର୍କକୁ ଦୃଢୀଭୂତ କରିବ । ଅତୀତର ଘଟଣା ଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ସିଂହ – ସାମାନ୍ୟ ଅସ୍ଥିରତା ଲାଗି ରହିଲେ ମଧ୍ୟ ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିବାରୁ ଆଶ୍ୱସ୍ତି ଅନୁଭବ କରିବେ । ଯେତେ ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍ ବିଚାର କରିପାରନ୍ତି । ସାମାଜିକ ସ୍ତରରେ କୌଣସି ନୂତନ ଦାୟିତ୍ୱ ହାତକୁ ନେବକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

କନ୍ୟା – ଯେଉଁଥିପାଇଁ ଚିନ୍ତିତ ରହିଛନ୍ତି, ଆଜି ସେଥିରୁ ଅନେକାଂଶରେ ହାଲୁକା ଅନୁଭବ କରିବେ । ଅଫିସରେ ଭାବପ୍ରବଣବଶତଃ ପ୍ରତିକ୍ରିୟା ହଠାତ୍ ପ୍ରକାଶ କରିବା ଠିକ୍ ହେବ ନାହିଁ । ପରିବହନ ସମସ୍ୟାରେ ଜନିତ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ତୁଳା – ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ଆଲୋଡନ ଅସ୍ଥିରତାର କାରଣ ହୋଇପାରେ । ବନ୍ଧୁମାନଙ୍କ ଜରିଆରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ବିଛା – ପାପଗ୍ରହଯୁକ୍ତ ତୃତୀୟଭାବ ପ୍ରଭାବରେ ବନ୍ଧୁଙ୍କ ଉପରେ ଅଯଥା ରାଗ କିମ୍ବା ଅଭିମାନ କରି ଚୁପ୍ ରହିଲେ କ୍ଷତିରେ ପଡିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ଅନୁରୋଧରେ ସାମାଜିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ଧନୁ – ପାଖ ପଡୋଶୀଙ୍କ ସହାୟତାରେ ପାରିବାରିକ ଅସ୍ଥିରତା ଦୂର ହେବା ସାଙ୍ଗକୁ ମନର ବଳ ଖୁବ୍ ଟାଣ ରହିବ । ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିପାରନ୍ତି । ଭ୍ରାତୃ ସମ୍ପର୍କରେ କିଛିଟା ବ୍ୟତିକ୍ରମ ହେବାର ସୂଚନା ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ମକର – ପାରିବେଶିକ ଅସ୍ଥିରତା କାରଣରୁ ମାନସିକ ଅଶାନ୍ତି ଦେଖାଦେଇପାରେ । ବାହାର ସ୍ଥାନରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ, ନଚେତ ଅଦଳବଦଳ ହୋଇଯାଇପାରେ । ବନ୍ଧୁଙ୍କ ସାହାର୍ଯ୍ୟ ସହ-ଯୋଗ ଲୋଡିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

କୁମ୍ଭ – ଆଜି ଯେଉଁ କାମରେ ବାହାରିବେ ସେଥିରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପାରିବାରିକ ଭାବପ୍ରବଣତା ଆପଣଙ୍କୁ କେତେମାତ୍ରାରେ ବିବ୍ରତ କରିପାରେ । ସମସ୍ୟାକୁ ସୁଧାରି ନେବା ସକାଶେ ପରିବାରର ବ୍ୟକ୍ତିବିଶେଷଙ୍କ ସମର୍ଥନ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ମୀନ – ଉଚ୍ଚାରୋହୀ ରବି ଓ ମଙ୍ଗଳ ପ୍ରଭାବରେ ସରକାରୀ ସ୍ତରରୁ ଆର୍ଥିକ ସାହାର୍ଯ୍ୟ ଲାଭକରି କେତେକାଂଶରେ ଖୁସି ରହିବେ । ଆରମ୍ଭ କରିଥିବା କାମଟିକୁ ଶେଷ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.