ଅପ୍ରେଲ ୧୨ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 12, 2020 IST

ମେଷ – ନିଜର ଦାବି ଉପସ୍ଥାପନ କରିବେ । ବନ୍ଧୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇବେ । ଶାନ୍ତ ଓ ଧୈର୍ଯ୍ୟବାନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ବୃଷ – ମାନସିକ ସ୍ତରରେ ଦୃଢ ରହିପାରନ୍ତି । ମନରେ ଅହଂଭାବ ଆସିପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ବଳିଷ୍ଠ ହେବେ । ଶତ୍ରୁହନ୍ତା ହେବା ଆଶା କରାଯାଏ । ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ଗାଢ ନୀଳ। ଶୁଭ ଅଙ୍କ ୩ ।

ମିଥୁନ – କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ହେବେ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ କ୍ଷତି ମିଳିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

କର୍କଟ – ଉପୁଜିଥିବା ପରିସ୍ଥିତି ପ୍ରତି ସଜାଗ ରହିବାକୁ ପଡିବ । ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନ-ଧର୍ମରେ ଦୀକ୍ଷିତ ହେବେ । ବ୍ୟକ୍ତିତ୍ୱ ବିକଶିତ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯।

ସିଂହ – ସୁସ୍ଥ ଓ ସତେଜ ରହିବେ । କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଠାକଥା କହି ଜନ-ମନ ବଶ କରିପାରନ୍ତି । ଥଣ୍ଡା-କଫରେ ସାମାନ୍ୟ ପୀଡା ଭୋଗ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

କନ୍ୟା – ଧର୍ମକାର୍ଯ୍ୟରେ ବ୍ୟୟ କରିପାରନ୍ତି । ଭାଗ୍ୟଶାଳୀ ହେବେ । ପରାମର୍ଶ ନେଇ କାର୍ଯ୍ୟ କରିବେ । ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ବ୍ୟବସାୟରେ କିଛି ମାତ୍ରାରେ ଲାଭ ଉଠାଇ ପାରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ତୁଳା – ବିପଦ ଦୂରେଇ ଯିବ । ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ଏବଂ ଐଶ୍ୱର୍ଯ୍ୟଯୁକ୍ତ ହେବେ । ଯୁଦ୍ଧ ବା ମାଲିମୋକଦ୍ଦମାରେ ବିଜୟୀ ହୋଇପାରନ୍ତି । ପାରିବାରିକ ସୁଖ ମିଳିବ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୩ ।

ବିଛା – ଚଞ୍ଚଳ ପ୍ରକୃତିର ହେବେ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ପୀଡା ଅନୁଭବ କରିବେ । ଏକାନ୍ତ ପ୍ରିୟ ହେବେ । ଅତିଥି ସତ୍କାରରେ ବ୍ୟୟ ବୃଦ୍ଧି ଘଟିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଧନୁ – ଅର୍ଥ ଉପାର୍ଜନ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି । ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । କର୍ମଠ ସ୍ୱଭାବ ପାଇଁ ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ମକର – ବିଭିନ୍ନ ସ୍ତରରୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି । କୁଳ-ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ସହ ଶରୀର ସୁସ୍ଥ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।

କୁମ୍ଭ – ଧୈର୍ଯ୍ୟବାନ ହେବେ । ସାହସୀ ହୋଇପାରନ୍ତି । ସେବା- ପୂଜାରେ ମନୋନିବେଶ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ମୀନ – ଭୋଜାନାଦିରେ ତୃପ୍ତି ମିଳିବ । ଧନକ୍ଷୟ ହେବାର ସମ୍ଭାବନା ଅଛି । ଇର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତା ସହ ଚଳିବେ । ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.