ଅପ୍ରେଲ ୧୪ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | April 14, 2020 IST

ମେଷ – ଆଜି ରବି ରେବତୀ ନକ୍ଷତ୍ରରେ ରହିଥିବାରୁ ଦ୍ୱିଜା ଓ କୃତ୍ତିକା ନକ୍ଷତ୍ରଙ୍କ ମିତ୍ରତା ବୃଦ୍ଧି ଘଟିବ । କୌଣସି ପ୍ରିୟ ବନ୍ଧୁଙ୍କ ଆଗମନର ସୂଚନା ପାଇବା ସାଙ୍ଗକୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

ବୃଷ – ଶୁକ୍ରଙ୍କ ସ୍ୱଗୃହସ୍ଥିତି ପ୍ରଭାବରୁ ସ୍ୱାସ୍ଥ୍ୟ ଭଲ ରହିବ ଏବଂ ଭୋଗବିଳାସରେ ସମୟ କାଟିବେ । କର୍ମକ୍ଷେତ୍ରରେ ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ । ଶୁଭ ରଙ୍ଗ ଗାଢ କଫି । ଶୁଭ ଅଙ୍କ ୬ ।

ମିଥୁନ - କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ଦିଗରେ ବନ୍ଧୁ ସାହାର୍ଯ୍ୟ କରିବେ । ଦୀର୍ଘ ଦିନରୁ ଦେଖି ନ ଥିବା ସାଙ୍ଗଟି ନିଜ ତରଫରୁ ସହଯୋଗର ହାତ ବଢାଇବ । ଆତ୍ମୀୟମାନେ ଆପଣଙ୍କ ପରାମର୍ଶ ଲୋଡି ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

କର୍କଟ – ଯେତେ ପ୍ରକାରର ବନେଇ ଚୁନେଇ କହିଲେ ମଧ୍ୟ ଆପଣଙ୍କ କଥା ଓ ଉଦ୍ଦେଶ୍ୟକୁ ଠିକ୍ ଭାବେ ଅନ୍ୟମାନେ ବୁଝିପାରିବେ ନାହିଁ । ନିରାଡମ୍ବର ଭାବରେ ଆଜିର ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ସାମହିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ସିଂହ – ଶନି ସହ ମଙ୍ଗଳଙ୍କ ସଂଯୋଗ କାରଣରୁ ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟ ଘଟିବା କାରଣରୁ ମନ ଭାରାକ୍ରାନ୍ତ ରହିବ । ତଥାପି ପରକ୍ଷଣରେ ପୂର୍ବାବସ୍ଥା ଫେରିପାଇବା ସକାଶେ ବିଭିନ୍ନ ପ୍ରକାରର ଯୋଜନା କରି ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

କନ୍ୟା – ଆଜି ଆପଣ ଯେମିତି ଚାହିଁବେ ସେମିତି ପାଇବେ, କିଛି ଅସୁବିଧା ହେବନି । ମନ ବୁଝିଲା ଭଳି କଥା କହି କର୍ମଚାରୀଟିର ଭୁଲ୍ ବୁଝାମଣାକୁ ସୁଧାରି ନେବାରେ ସମର୍ଥ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ତୁଳା – ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ଆଶା କରୁଥିବା କାମଗୁଡିକ ନ ହେବା କାରଣରୁ ମନରେ ସରସତା ରହିବ ନାହିଁ । ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବେ, ଯାହା କି ଆପଣଙ୍କୁ ଧର୍ମ ସଙ୍କଟରେ ପକାଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ବିଛା – ପରିସ୍ଥିତି ବଶତଃ ମନ କଥାକୁ ମନ ଭିତରେ ରଖି ଯନ୍ତ୍ରବତ୍ କାମ କରିବାକୁ ବାଧ୍ୟ ହେବେ । ବାଣିଜ୍ୟ ଓ ବ୍ୟବସାୟ ପାଇଁ ଦିନଟି ଭଲ, କିନ୍ତୁ ବେଶି କଷ୍ଟ ସହିବାକୁ ପଡିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ଧନୁ – ଆଜି ପରିବାର ଭିତରେ ଛୋଟକଥାକୁ ନେଇ ମତପାର୍ଥକ୍ୟ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ପରସ୍ପର ଦୋଷାରୋପ କରି ଅଯଥା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରନ୍ତି । ସାମାଜିକ କ୍ଷେତ୍ରରେ ପଡୋଶୀମାନେ ଭୁରିଭୁରି ପ୍ରଶଂସା କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ମକର – ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ମାଧ୍ୟମରେ ସମସ୍ୟା ଗୁଡିକ ସରଳ ସମାଧାନ କରିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ । ଅଫିସରେ କଥା କଟା କଟି ହେତୁ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

କୁମ୍ଭ - ଆର୍ଥିକ ଅଭାବ ହିଁ ସମସ୍ତ ସମସ୍ୟାର ମୂଳ କାରଣ ହେବାର ସୂଚନା ରହିଛି । ଋଣ ଆଣିଥିବା ବ୍ୟକ୍ତି ବିଭିନ୍ନ ପ୍ରକାରର କଟୁକ୍ତି ପ୍ରକାଶ କରିପାରେ । ତଥାପି ପୂର୍ବଭାଦ୍ରପଦ୍ ନକ୍ଷତ୍ର ସମସ୍ୟା ଆସିଲେ ମଧ୍ୟ ଆପଣ ଦୃଢ ମନୋବଳ ଯୋଗୁଁ ବହୁ ବିପଦରୁ ରକ୍ଷା ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ମୀନ - ପାରିବାରିକ ଭୁଲ୍ ବୁଝାମଣାରୁ ଆପଣ ଦୋଷୀ ସାବ୍ୟସ୍ତ ହୋଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ସାହାର୍ଯ୍ୟ, ସହ-ଯୋଗ ଆବ୍ୟାହତ ରହିବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ଅଯଥା କଟୁତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.