Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ଅପ୍ରେଲ ୨୫ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

25/04/2020 at 6:30 AM

ମେଷ – ଅଶ୍ୱିନୀ ଓ କୃତ୍ତିକା ନକ୍ଷତ୍ର ଜାତ ବ୍ୟକ୍ତିଙ୍କର ଆୟ ବୃଦ୍ଧିର ସୂଚନା ମିଳୁଛି । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । ସରକାରୀ ସ୍ତରରୁ ମାନ୍ୟତା ପ୍ରାପ୍ତି ସହ ଅର୍ଥ ଲାଭ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ବୃଷ – କୃତ୍ତିକା ଓ ରୋହୀଣୀ ନକ୍ଷତ୍ର ଜାତବ୍ୟକ୍ତିଙ୍କର ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ସର୍ବ ମଙ୍ଗଳ ଆଶା କରାଯାଏ । ମୃଗଶିରା ନକ୍ଷତ୍ର ଜାତବ୍ୟକ୍ତି ମଧୁରଭାଷୀ ହେଲେ ବି ଅଧିକ ବ୍ୟୟଜନିତ ଅର୍ଥାଭାବ ଭୋଗିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ମିଥୁନ – ଆର୍ଦ୍ରା ନକ୍ଷତ୍ର ଜାତବ୍ୟକ୍ତି ବହୁ ଶୁଭଫଳ ପ୍ରାପ୍ତ ହେବେ । ସର୍ବାଙ୍ଗୀଣ ଉନ୍ନତି ସମ୍ଭବ ସହ ଚିନ୍ତାଧାରା ଉନ୍ନତମାନର ଏବଂ ଗୃହରେ ଶାନ୍ତି ବିରାଜିତ ହେବ । ଅର୍ଥ ସହିତ ସମ୍ମାନ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

କର୍କଟ – ପୁଷ୍ୟା ନକ୍ଷତ୍ର ଜାତ ବ୍ୟକ୍ତିଙ୍କର ପରିଶ୍ରମର ମୂଲ୍ୟ ମିିଳିବ । ଧନଲାଭର ସୁଚନା ମିଳୁଛି । ଦୀର୍ଘ ଦିନର ଆଶା ପୂରଣ ହେବ । ସୁଖ ମିଳିବ । ସମ୍ପତ୍ତିବାନ୍ ହେବେ । ସମୃଦ୍ଧିର ମାର୍ଗ ଉନ୍‌ମୁକ୍ତ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯।

ସିଂହ – ମଘା ଓ ଉତ୍ତରା ଫାଲଗୁନୀ ନକ୍ଷତ୍ର ଜାତବ୍ୟକ୍ତି ସେବା ଧର୍ମକୁ ଆଦରି ନେଇ ପାରନ୍ତି । ଅନ୍ୟର ମଙ୍ଗଳ କାମନା କରି ନିଜେ ଉପକୃତ ହେବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

କନ୍ୟା – ଉତ୍ତରା ଫାଲ୍‌ଗୁନୀ ଓ ହସ୍ତା ନକ୍ଷତ୍ର ଜାତ ବ୍ୟକ୍ତି ସୁଗୁଣ ସମ୍ପନ୍ନ ଓ ପୂଜ୍ୟ ହେବେ । ଉତ୍ତମା ପତ୍ନୀ, ସୁବର୍ଣ୍ଣ ଓ ପୁତ୍ରାଦିଯୁକ୍ତ ହୋଇପାରନ୍ତି । ଶତ୍ରୁ ବଂଶୀୟ କନ୍ୟାର ପାଣି ଗ୍ରହଣ ଯୋଗ ଅଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ତୁଳା – ସ୍ୱାତୀ ନକ୍ଷତ୍ର ଜାତବ୍ୟକ୍ତିଙ୍କର ବନ୍ଧୁ ମିଳନ ଯୋଗ ଅଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ବାଣିଜ୍ୟ କାରବାର ଲାଭଜନକ ହେବ । ସମାଜ ସେବୀ ହେବେ । ଚିତ୍ର ଓ ବିଶାଖାର ସାମାନ୍ୟ ଶୁଭଫଳ ମିଳିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

ବିଛା – ଅନୁରାଧା ନକ୍ଷତ୍ର ଜାତବ୍ୟକ୍ତି ଦୃଢ ମନୋବଳ ନେଇ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ । କର୍ମତତ୍ପର ହେବେ । ପାରିବାରିକ ସୁଖ ମିଳିବ । ପୁଣ୍ୟବାନ୍ ଓ କୃଷିବଳରେ ବଳିୟାନ୍ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଧନୁ – ମୂଳା ଓ ଉତ୍ତରାଷାଢା ନକ୍ଷତ୍ର ଜାତବ୍ୟକ୍ତି ବିବାଦୀୟ ଘଟଣାରେ ବିଜୟୀ ହେବେ । ସୌଭାଗ୍ୟ ବୃଦ୍ଧିର ସୂଚନା ମିଳୁଛି । ଶାନ୍ତି-ସନ୍ତୋଷ ଲାଭ କରିପାରନ୍ତି । ବିପଦକାଳୀନ ଆଶ୍ୱାସନା ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ମକର – ଉତ୍ତରାଷାଢା ଓ ଶ୍ରବଣା ନକ୍ଷତ୍ର ଜାତବ୍ୟକ୍ତି କର୍ତ୍ତବ୍ୟପରାୟଣ ହେବେ । ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହୋଇପାରନ୍ତି । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

କୁମ୍ଭ – ଶତଭିକ୍ଷା ନକ୍ଷତ୍ର ଜାତବ୍ୟକ୍ତିଙ୍କର ଶ୍ରମ ସାର୍ଥକ ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ପ୍ରୀତି ଲାଭ କରିପାରନ୍ତି । ଶାସ୍ତ୍ର ଅଧ୍ୟୟନକୁ ବ୍ରତ ଭାବେ ଗ୍ରହଣ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ମୀନ – ଉତ୍ତର ଭାଦ୍ର ନକ୍ଷତ୍ରଜାତବ୍ୟକ୍ତି ଆଶାବାଦୀ ହୋଇପାରନ୍ତି । ଲକ୍ଷ୍ୟ ହାସଲ କରିବାରେ ସକ୍ଷମ ହେବେ । ଉନ୍ନତି ପଥରେ ଆଗକୁ ବଢିବେ । ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

   Related Posts