Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ଅପ୍ରେଲ ୨୯ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

29/04/2020 at 6:30 AM

ମେଷ – ସୁଖ ସମ୍ମାନ ଲାଭ କରିପାରନ୍ତି । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରି ସାମାଜିକ ପ୍ରତିଷ୍ଠା ଲାଭ କରିବେ । ନୀତିନିଷ୍ଠ ହେବେ । ଧନାଗମର ସୂଚନା ମିଳୁଛି । ଆକସ୍ମିକ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।

ବୃଷ – ରୋଜଗାର ଆଶାନୁରୂପ ହେବ । ବନ୍ଧୁ ବା ସରକାରୀ ସୂତ୍ରରୁ ଲାଭ ମିଳିବ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ନୂଆବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଚିନ୍ତାଧାରା ଉନ୍ନତମାନର ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ମିଥୁନ – ଜନସାଧାରଣଙ୍କ କଲ୍ୟାଣଭାଜନ ହୋଇପାରନ୍ତି । ସମାଜ କଲ୍ୟାଣ ପାଇଁ ବ୍ୟୟ କରି ପ୍ରଶଂସାର ପାତ୍ର ହେବେ । ଅଯଥା ବିବାଦରେ ଭାଗ ନ ନେଇ ନୀରବ ଦର୍ଶକ ହେବା ଆପଣଙ୍କ ପାଇଁ ଭଲ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

କର୍କଟ – ସୁସମ୍ବାଦ ପାଇ ଖୁସି ହେବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍‌-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଜ୍ୟୋତିର୍ବିଦ୍ୟା ପ୍ରତି ଆଗ୍ରହୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ସିଂହ – ଶୁଭ ଖବର ପାଇ ଆଶ୍ୱସ୍ତ ହେବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ପରିଶ୍ରମର ମୂଲ୍ୟ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

କନ୍ୟା – ପରୋପକାରରେ ଆତ୍ମତୃପ୍ତି ଲାଭ କରିବେ । କାର୍ଯ୍ୟରେ ସଫଳତା ମିଳିବ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍‌-ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାର ଫଳ ଆପଣଙ୍କ ସପକ୍ଷରେ ଯିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ତୁଳା – ଶୁଭକାର୍ଯ୍ୟ ବର୍ଜନୀୟ । ଧନକ୍ଷୟ ହେବାର ସୂଚନା ମିଳୁଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଖର୍ଚ୍ଚାନ୍ତ ହେବେ । ଆର୍ଥିକ ସ୍ଥିତିରେ ନ୍ୟୁନତା ଆସିବ । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ବିଛା – ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭଖବର ପାଇ ସନ୍ତୁଷ୍ଟ ହେବେ । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଋଣ ପରିଶୋଧ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଧନୁ – ଆଶାବାଦୀ ହୋଇପାରନ୍ତି । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ସନ୍ତୁଷ୍ଟ ହେବେ । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

ମକର – ଯାତ୍ରା ଶୁଭଦାୟକ ହେବ । ପରିଶ୍ରମର ମୂଲ୍ୟ ମିଳିବ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ସ୍ଥାନ ଅଧିକାର କରିପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

କୁମ୍ଭ – ସୁ ଚିନ୍ତିତ କାର୍ଯ୍ୟ ଶୁଭଫଳଦାୟକ ହେବ । ଚିନ୍ତା ଦୂର ହୋଇପାରେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନର ସୁଯୋଗ ଅଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

ମୀନ – ନିଜକୁ କଳହମୁକ୍ତ ରଖିପାରନ୍ତି । ପଢା-ପଢିରେ ମନୋନିବେଶ କରିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସୁସମ୍ବାଦ ପାଇ ଖୁସି ହେବେ । ଦିନଟି ମଧ୍ୟମ ଧରଣର ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

   Related Posts