Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ମେ’ ୧୫ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

15/05/2020 at 6:39 AM

ମେଷ – କୁଳ ପ୍ରଦୀପ ହୋଇପାରନ୍ତି । ଜଣେ ସମ୍ମାନିତ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ବୃଷ – ଭାଗ୍ୟଶାଳୀ ଓ ଉଦ୍ୟୋଗୀ ହେବେ । ଭୋଗ-ବିଳାସ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା, ପ୍ରବାସପ୍ରିୟ ବିଦ୍ୱାନ୍‌, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ମିଥୁନ – କାର୍ଯ୍ୟରେ ସଫଳତା ଲାଭ କରିବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚ ସ୍ଥାନ ଆରୋହଣ ଓ ଜଳଯାତ୍ରା ମନା । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

କର୍କଟ – ନିଜ ଶକ୍ତି ବଳରେ କାର୍ଯ୍ୟ କରି ଚାଲିବେ । ବନ୍ଧୁ ସହାୟତା ପାଇ ଖୁସି ହେବେ । ବ୍ୟବସାୟ ଲାଭଜନକ ହେବ । ଜଣେ ସମାଜସେବୀ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ସିଂହ – ସାନ ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଅବଶିଷ୍ଟ ଶାରିରୀକ ସୁସ୍ଥତା ଅନୁଭବ କରିପାରନ୍ତି । ଶାରିରୀକ ଶକ୍ତି ବୃଦ୍ଧି ହେବ । ଚାକିରି କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

କନ୍ୟା – କ୍ରୋଧ ସମ୍ବରଣରେ ବହୁ ଶୁଭ ଫଳ ପାଇପାରନ୍ତି । ଖୁବ୍ ଶୀଘ୍ର ଆଗକୁ ବଢିବାକୁ ଉଦ୍ୟମ ଜାରି ରଖିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ତୁଳା – ଉଦାର ସ୍ୱଭାବର ହୋଇପାରନ୍ତି । ଦାନ ଧର୍ମ ଉପରେ ଗୁରୁତ୍ୱ ଦେବେ । ବ୍ୟକ୍ତିତ୍ୱର ବିକାଶ ଘଟାଇ ପାରନ୍ତି । କୃଷି କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ । ବୁଦ୍ଧିମାନ୍ ଓ କୀର୍ତ୍ତିମାନ୍ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ବିଛା – ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ,ମଧୁରଭାଷୀ, ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇବେ । ପୂଜାର୍ଚ୍ଚନାରେ ମନ ଦେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ଧନୁ – ମନ ପ୍ରଫୁଲ୍ଲ ରହିବ । ଭାଗ୍ୟଶାଳୀ, ଉଦାର ସ୍ୱଭାବ ଓ ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ଲାଭ କରିବେ । ବିଭିନ୍ନ ଦିଗରୁ ଧନାଗମ ହେବାର ସୂଚନା ମିଳୁଛି । ସାମାଜିକ ସ୍ତରରେ ଆଦରଣୀୟ ହୋଇପାରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ମକର – କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଐଶ୍ୱର୍ଯ୍ୟଯୁକ୍ତ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇ ପାରନ୍ତି । ଧନ ଲାଭ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

କୁମ୍ଭ – ବିଭିନ୍ନ ସ୍ତରରୁ ସମ୍ମାନିତ ହେବା ଆଶା କରାଯାଏ । ଚଞ୍ଚଳମନା ହୋଇପାରନ୍ତି । ଖର୍ଚ୍ଚାନ୍ତ ହେବେ । ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୭ ।

ମୀନ – ସୁଖ-ସନ୍ତୋଷ ଲାଭ କରିପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ସନ୍ତାନମାନେ ଗୁଣବାନ ଓ ଯଶସ୍ୱୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

   Related Posts