ମେ’ ୧୭ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 17, 2020 IST

ମେଷ – କର୍ମକ୍ଷେତ୍ରରେ ସିଦ୍ଧିପ୍ରାପ୍ତ ହେବ । ସୁଖ-ସମ୍ମାନ ଲାଭ କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ବୃଷ – ସୁଯୋଗକୁ ହାତଛଡା କଲେ ଦୁର୍ଯୋଗର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ଅଧିକ କ୍ଷମତା ହାସଲ କରି ତାର ସଦ୍ ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ମିଥୁନ – ପରିଶ୍ରମର ମୂଲ୍ୟ ମିଳିବ । ନୃତ୍ୟ-ସଙ୍ଗୀତପ୍ରିୟ ହୋଇପାରନ୍ତି । ଯଶସ୍ୱୀ ହେବେ । ଉପଯୁକ୍ତ କର୍ମାନୁରକ୍ତ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହିବାକୁ ପଡିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

କର୍କଟ – ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ସମୟ ପ୍ରଶସ୍ତ ରହିଛି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଆନନ୍ଦ ଉପଭୋଗ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ସିଂହ – ମନରେ ଅହଂଭାବ ଉଦ୍ରେକ ହୋଇପାରେ । ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭ କାର୍ଯ୍ୟ କରଣୀୟ । ଋଣ ପରିଶୋଧ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

କନ୍ୟା – ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ସୁ- ସମ୍ବାଦ ପାଇ ଖୁସି ହେବେ । ଦାମ୍ପତ୍ୟ ସୁଖ ମିଳିବ । । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ତୁଳା – ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ । ଶ୍ରମ ସାର୍ଥକ ହେବ । ଶତ୍ରୁନାଶ କରିବାରେ ସିଦ୍ଧହସ୍ତ ହେବେ । ମନରେ ଉଦ୍‌-ବେଗ ଜାତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ବିଛା – ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସକରାତ୍ମକ ମନୋଭାବ ରହିବ । ଭଗବତ୍ ଚିନ୍ତାରେ ନିମଗ୍ନ ହୋଇପାରନ୍ତି । ଅଶାନ୍ତିର ଅବସାନ ଘଟିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଧନୁ – କଲ୍ୟାଣକାରୀ ଯୋଜନା ପ୍ରସ୍ତୁତରେ ପାରଙ୍ଗମ ଏବଂ ତ୍ୟାଗପୁତ ମନୋଭାବର ହେବେ । ଧନାଗମ ସୂଚନା ମିଳୁଛି । ନୀତିଜ୍ଞ ହୋଇପାରନ୍ତି । ସ୍ୱାସ୍ଥ୍ୟ ହାନିର ଆଶଙ୍କା ଅଛି । ଆକସ୍ମିକ ସମସ୍ୟା ଦେଖା ଦେଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ମକର – ଭଲ ଆୟ ହେବାର ସୂଚନା ମିଳୁଛି । ସରକାରୀ ବା ବନ୍ଧୁସୂତ୍ରରୁ ଲାଭବାନ୍ ଓ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଚିନ୍ତାଧାରା ଉନ୍ନତମାନର ହେବ । ନୂଆବନ୍ଧୁ ଜୁଟିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

କୁମ୍ଭ – ମନରେ ଉଦ୍ରେକ ହୋଇଥିବା ଉଦ୍ ବେଗକୁ ଚାପି ରଖି କାର୍ଯ୍ୟରେ ଆଗୁସାର ହୋଇପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ । ସରଳ ଓ ମଧୁରଭାଷାରେ ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ମୀନ – କାର୍ଯ୍ୟକୁ କରାୟତ୍ତ କରିବାରେ ସକ୍ଷମ ଓ ଲାଭବାନ୍ ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ଶୁଭ ଖବର ମିଳିପାରେ । ଧାର୍ମିକ ମନୋଭାବର ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.