ମେ’ ୨୩ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 23, 2020 IST

ମେଷ – ଆଜି କୃତ୍ତିକା ନକ୍ଷତ୍ରସ୍ଥ ରବି ହେତୁ ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ । ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ବୃଷ – ବିଭିନ୍ନ ବିଷୟରେ ଚିନ୍ତା କରିବା କାରଣରୁ ଟେନ୍‌ଶନ୍ ଲାଗି ରହିବ । ପରିବାରର ଆକସ୍ମିକ ଅବଶ୍ୟକତା ଖର୍ଚ୍ଚ ପରିମାଣକୁ ବୃଦ୍ଧି କରିବ । ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

ମିଥୁନ – ସାମୟିକ ଶାରୀରିକ ଅସୁସ୍ଥତା ପୂର୍ବାହ୍ନ ସମୟଟିକୁ ନିରୁତ୍ସାହିତ କରିବ । ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅନ୍ୟମନସ୍କ ନ ହୋଇ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।

କର୍କଟ – ଦିନଟିରେ କର୍ମ ମୁଖର ରହିବା ସହ ବିଭିନ୍ନ ସମସ୍ୟା ସମାଧାନ କରିବାରେ ବ୍ୟସ୍ତତା ବୃଦ୍ଧିପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତି କରିବା ସହ ଆତ୍ମୀୟମାନଙ୍କ ଅବଦାନକୁ ପାସୋରି ପାରିବେ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ସିଂହ – ପଛ କଥାକୁ ପଛରେ ପକାଇ ଏହି ସମୟରେ ସଦୁପଯୋଗ କରିପାରିଲେ ଫାଇଦା ଉଠାଇବାରେ ଅସୁବିଧା ରହିବ ନାହିଁ । ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟକୁ ସନ୍ତୁଷ୍ଟ କରିବା କାଠିକର ପାଠ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

କନ୍ୟା – ନିଜ ଲୋକମାନଙ୍କୁ ସନ୍ଦେହ କରି ଅପ୍ରିୟତା ଅର୍ଜନ କରିବେ । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ଆଶଙ୍କା ପରିଲକ୍ଷିତ ହେବ । ବୁଧ ଦୁର୍ବଳ ଥିବାରୁ ଶୁଆ ଘରେ ରଖନ୍ତୁ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।

ତୁଳା – କାର୍ଯ୍ୟବ୍ୟସ୍ତତା ବୃଦ୍ଧି ପାଇବା ହେତୁ ମନ ଅସ୍ଥିର ରହିବା କାରଣରୁ ଅଶାନ୍ତ ରହିବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ସମସ୍ୟା ସୃଷ୍ଟି କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ । ଘୋଡା ନାଳ ଆପଣଙ୍କ ପାଇଁ ଉପାଦେୟ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ବିଛା – କ୍ରୀଡା, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ଦେଖା ଦେବ, କିନ୍ତୁ କିଛି ଅସୁବିଧା ହେବନି । କୁଆକୁ ଖାଇବାକୁ ଦେଲେ ବାସ୍ତୁ ଦୋଷର ନିବାରଣ ହେବା ସହ ପିତୃପୁରୁଷଙ୍କୁ ଶାନ୍ତି ମଧ୍ୟ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଧନୁ – ପୂର୍ବ ସମସ୍ୟା ସମାଧାନ ହୋଇଯାଇଥିବା କାରଣରୁ ମନ ଏକପ୍ରକାର ଭଲ ରହିବ । ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ମକର – ବିନା ପ୍ରତିବନ୍ଧକରେ କାର୍ଯ୍ୟ ସମ୍ପନ୍ନ କରିବାରେ ସମର୍ଥ ହୋଇପାରିବେ । ପ୍ରିୟବନ୍ଧୁଙ୍କ ଜରିଆରେ କୌଣସି ସୁଖଦ ଶୁଭ ଖବର ପାଇ ମନ ବହୁତ ଖୁସୀ ହୋଇଯିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

କୁମ୍ଭ – ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ରାହୁ-କେତୁର ନକାରାତ୍ମକ ପ୍ରଭାବକୁ କମାଇବା ପାଇଁ ପାରାକୁ ଖାଇବାକୁ ଦିଅନ୍ତୁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ମୀନ – ନୀରବ ନ ରହି ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ କେତେକାଂଶରେ ଉପକୃତ ହେବେ । ଶୁକ୍ର ଗ୍ରହର ଅନିଷ୍ଠ ପ୍ରଭାବରୁ ବଞ୍ଚିବା ପାଇଁ ଗୋଦାନ କରିପାରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.