ଜୁନ୍ ୩ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 03, 2020 IST

ମେଷ – କାର୍ଯ୍ୟାନୁଷ୍ଠାନ ସମୟ ଉପଯୋଗୀ ହେବ। ପଡୋଶୀ ଓ ବନ୍ଧୁଙ୍କ ସହାୟତା ପାଇଁ ସାହସ ବୃଦ୍ଧି ପାଇବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ କାର୍ଯ୍ୟ କରିପାରନ୍ତି । ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୬ ।

ବୃଷ – ଅଧ୍ୟୟନରତ ହୋଇପାରନ୍ତି । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ମିଥୁନ – ପରିଶ୍ରମର ମୂଲ୍ୟ ମିଳିବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଯୋଗୁଁ ମିଳିବାକୁ ଥିବା ଅର୍ଥ, ହାତରୁ ଖସିଯାଇ ପାରେ । କୃଷି କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ । ଯାନବାହନ ସୁଖ ମିଳିବାର ସୂଚନା ମିଳୁଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

କର୍କଟ – ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଦେବ ଦର୍ଶନର ସୌଭାଗ୍ୟ ଅଛି । ଉପୁଜି ଥିବା ଅଶାନ୍ତି ଦୂର ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ସିଂହ – ଦିନସାରା ବ୍ୟସ୍ତ ବିବ୍ରତ ରହିଲେ ବି ଅର୍ଥ ପ୍ରାପ୍ତ ହେବେ । ଆକସ୍ମିକ ସମସ୍ୟାକୁ କୌଶଳ କ୍ରମେ ଦୂର କରିପାରନ୍ତି । ସ୍ୱାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି । ଯେକୌଣସି ସୂତ୍ରରୁ ଧନାଗମର ସୂଚନା ମିଳୁଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।

କନ୍ୟା – ଏପରି କାର୍ଯ୍ୟ ମିଳିବ, ଯେଉଁଥିରେ କି ଅର୍ଥ ପ୍ରାପ୍ତ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ଏବଂ ଚିନ୍ତାଧାରା ଉନ୍ନତମାନର ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ତୁଳା – ଧନଶାଳୀ ହୋଇପାରନ୍ତି । ପରର ଉପକାର କରିବାରେ ଖର୍ଚ୍ଚାନ୍ତ ହେବେ । ବିଦ୍ୱାନ୍ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସାମାଜିକ ସ୍ତରରେ ଆଦର ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।

ବିଛା – ଶୁଭ ଖବର ପାଇ ଖୁସି ହେବେ । ଅଧିକ ଜ୍ଞାନ ଓ ଅଭିଜ୍ଞତା ଅର୍ଜନ ପାଇଁ ଆଗ୍ରହୀ ହେବେ । ସତ୍ କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଯେକୌଣସି ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଧନୁ – ସୁସମ୍ବାଦ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ କରିବା ପାଇଁ ବାତାବରଣ ଅନୁକୂଳ ରହିଛି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ମକର – ଶତ୍ରୁକୁ କରାୟତ୍ତ କରିବାରେ ସିଦ୍ଧହସ୍ତ ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ଅଧିକ କ୍ଷମତା ପାଇଁ ତା’ର ସଦ୍ ବ୍ୟବହାର କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

କୁମ୍ଭ – ସାଧନାରେ ସିଦ୍ଧିପ୍ରାପ୍ତ ଏବଂ ଚଞ୍ଚଳମନା ହେବ । ଦ୍ରବ୍ୟ ଲାଭର ସୂଚନା ମିଳୁଛି । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ମୀନ – କର୍ମକ୍ଷେତ୍ର ଲାଭଜନକ ହେବ । ପରୋପକାରୀ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିପାରେ । କାର୍ଯ୍ୟର ସଫଳ ରୂପାୟନ କରିବାରେ ସକ୍ଷମ ହେବେ । ଶୁଭ କାର୍ଯ୍ୟ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.