ଜୁନ୍ ୫ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 05, 2020 IST

ମେଷ – କର୍ମକ୍ଷେତ୍ରରେ ସଫଳତା ଅର୍ଜନ କରି ଆତ୍ମତୃପ୍ତି ଲାଭ କରିବେ । ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ବୃଷ – ଭାଇମାନଙ୍କ ଉପରେ ଶ୍ରଦ୍ଧା ଭାବ ରହିବ । ଆଖିରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ମିଥୁନ – ବିଭିନ୍ନ ଦିଗରୁ ସହଯୋଗର ହାତ ଲମ୍ବି ଆସିବ । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।

କର୍କଟ – ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ଓ ସୁଖୀ ହେବେ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ସିଂହ – ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ସାନଭାଇଙ୍କ ଠାରୁ ଆଦର ସମ୍ମାନ ମିଳିବ । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

କନ୍ୟା – ଅର୍ଥ ପାଇଁ ଅନର୍ଥ ଉପୁଜି ପାରେ । କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ପରମ ଭାଗ୍ୟଶାଳୀ ହେବେ । ମିତ୍ର ସୁଖ ଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ତୁଳା – ଆଜି ଦିନଟି ଆପଣ ସମସ୍ତଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ । ଚିନ୍ତାଧାରା ଉନ୍ନତ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

ବିଛା – କର୍ମକୁଶଳତାର ପୁରସ୍କାର ପାଇବାକୁ ହେଲେ ଅପେକ୍ଷା କରିବାକୁ ପଡିବ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ଧନୁ – ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରୁ ସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ମକର – କ୍ରୀଡା ପ୍ରତି ଆଗ୍ରହ ଥିଲେ ବି, ସମୟ ଅଭାବ ହେବ । କୁଳ ଦୀପକ ସହ ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

କୁମ୍ଭ – କାର୍ଯ୍ୟ କରାୟତ୍ତ ହୋଇଛି । ସଠିକ୍ ମାର୍ଗରେ ପରିଚାଳନା କରିବାରେ ସିଦ୍ଧହସ୍ତ ହେବେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ମୀନ – ଅନ୍ୟର ମଙ୍ଗଳ ଚିନ୍ତା କଲେ ନିଜେ ଭଲରେ ରହିବେ । ସ୍ୱାଭିମାନି ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.