Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

ଜୁନ୍ ୬ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

6/06/2020 at 6:43 AM

ମେଷ – ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ । ଗତକାଲି ଆପଣ ଯ।।ହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ବୃଷ – ବାରମ୍ଭାର ଚିନ୍ତା କରି ମନଟା ଭଲ ରହିବ ନାହିଁ । ଏଣେ କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ବାରମ୍ବାର ଆନ୍ଦୋଳିତ କରିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ମିଥୁନ – ଆଜିର ଦିନଟିରେ ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

କର୍କଟ – ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଆଡ୍‌ଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ସିଂହ – ଏକ ଭିନ୍ନ ପରିସ୍ଥିତିରେ ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍ ହୋଇଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

କନ୍ୟା – ଦୀର୍ଘ ଦିନରୁ କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ତୁଳା – ସହକର୍ମୀମାନଙ୍କ ସହ-ଯୋଗ ପାଇବେ ନାହିଁ । ଅବଶ୍ୟ ପଦସ୍ଥ ବ୍ୟକ୍ତିବିଶେଷଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ବିଛା – ପ୍ଲଟିଙ୍ଗ୍ କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟଲାଭର ସୂଚନା ରହିଛି । ଜ୍ୟେଷ୍ଠା ନକ୍ଷତ୍ରର ଚେଷ୍ଟା କରୁଥିବା କାମଟି ନ ହେବା କାରଣରୁ ଉଦାସ ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଧନୁ – ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ । ବାଣିଜ୍ୟ ମାନ୍ଦା ହେବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ମକର – ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ ଓ ଯେଉଁ କାମରେ ବାହାରିଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

କୁମ୍ଭ – ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିପାରନ୍ତି । ଗୃହ ସୀମା ଜନିତ ବିବାଦ ଦେଖା ଦେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ମୀନ – ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ । ଖାଦ୍ୟପେୟର ବିଷମତା ଜନିତ ହଠାତ୍ ଅଜୀର୍ଣ୍ଣ ଦେଖା ଦେଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

   Related Posts