ଜୁନ୍ ୯ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 09, 2020 IST

ମେଷ – କର୍ମକୁଶଳତା ପାଇଁ ସମ୍ମାନିତ ହେବେ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସେରେ କଟାଇ ପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ବୃଷ – ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରିବା ସହିତ ପ୍ରୀତି ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ପରିସ୍ଥିତିରେ ପଡି ଈର୍ଷାପରାୟଣ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ମିଥୁନ – ଏକ ପ୍ରତିଷ୍ଠିତ ଅନୁଷ୍ଠାନରେ ଯୋଗଦାନ କରିପାରନ୍ତି । ସମାଜ ସେବାରେ ନିଜକୁ ସେବାରେ ନିୟୋଜିତ କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

କର୍କଟ – ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ,ନିରାମୟ ଜୀବନଯାପନ କରିବେ, ସାମୟିକ ଭାବେ ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।

ସିଂହ – ସୁଖ-ସମ୍ମାନ ଲାଭ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

କନ୍ୟା – ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ଓ ବିକଶିତ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷିକ୍ଷେତ୍ର ଉପରେ ଧ୍ୟାନ ଦେବେ । ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

ତୁଳା – ଆଗକୁ ବଢିବାକୁ ଚେଷ୍ଟା କରନ୍ତୁ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ବିଛା – ପରିବାରର କଲ୍ୟାଣ ଭାଜନ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ ହେବେ । ବ୍ୟବସାୟରୁ ଅଧିକ ଧନ ଲାଭ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଧନୁ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ହେବ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ମକର – ଆଶାବାଦୀ ହେବେ । କର୍ମ ଚଞ୍ଚଳ ରହିପାରନ୍ତି । ସାମୟିକ ଭାବେ ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା କରିବେ । ଅଯଥା ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

କୁମ୍ଭ – ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମଚଞ୍ଚଳ ରହିବେ । ବିଭାଗୀୟ ସ୍ତରରେ ମହାନ୍ ସମ୍ମାନର ଅଧିକାରୀ ହେବେ । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ମୀନ – ଆୟର ମାର୍ଗ ଉନ୍ମୁକ୍ତ ରହିଛି । କୁଳପ୍ରଦୀପ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.