ଜୁନ୍ ୧୨ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 12, 2020 IST

ମେଷ – ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ବୃଷ – ମଜା ମଉଜ , ମନୋରଞ୍ଜନରେ ସମୟ ଅତିବାହିତ କରିବେ । ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିଜାତୀୟ ବ୍ୟକ୍ତି ସାହାର୍ଯ୍ୟ କରିବାର ଆଶା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ମିଥୁନ – ଧୈର୍ଯ୍ୟର ସହ ସମସ୍ୟାଗୁଡିକର ମୁକାବିଲା କରିବାରେ ସମର୍ଥ ହେବେ । ଅନିୟମିତ ଆହାର ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ପରିବହନରେ ଉନ୍ନତି କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

କର୍କଟ – ନିଜର ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି। ପରିସ୍ଥିତି ବଶତଃ ଅସଂଯତ ବ୍ୟବହାର ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ସିଂହ – ପୂର୍ବାଫାଲ୍‌ଗୁନୀ ନକ୍ଷତ୍ର ସାମାନ୍ୟ କୌଶଳ ପ୍ରୟୋଗ କରି କାମ କଲେ ଯାହା ଚାହିଁଛନ୍ତି ତାହା ନିଶ୍ଚିତ ପାଇ ପାରିବେ । ନିଜର ଫାଇଦା ହାସଲ ପାଇଁ ସମ୍ପର୍କୀୟ ଜଣେ ଫନ୍ଦିଫିକର କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

କନ୍ୟା – ବୃହସ୍ପତିଙ୍କ ଦୁର୍ବଳତା କାରଣରୁ ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟ କଳାପ ନିଜ ପାଇଁ ସନ୍ତୋଷ ସୃଷ୍ଟି କରିପାରେ । ବହୁତ ଶ୍ରମ ଓ କଷ୍ଟ ସ୍ୱୀକାର କରିବାକୁ ପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ତୁଳା – ସୁପରିଣାମ ସଦୃଶ ଯେକୌଣସି ପ୍ରତିରୋଧକୁ ଏଡାଇ ଯାଇ କାମ ହାସଲରେ ସମର୍ଥ ହେବେ । ପରିବେଶ ଓ ପରିସ୍ଥିତି ଠିକ୍ ନ ଥିବା କାରଣରୁ ଭୋଗ ବିଳାସରେ ବାଧାବିଘ୍ନ ଘଟିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ବିଛା – କୌଣସି କାମରେ ମନର ସ୍ଥିରତା ନ ରହିବା ହେତୁ କାମଗୁଡିକ ଅସମ୍ପୂର୍ଣ୍ଣ ରହିଯିବ । କର୍ମକ୍ଷେତ୍ରରେ କାଳକ୍ଷେପଣ ନୀତିରେ କେତେକ କାମକୁ ଅବହେଳା କରି ସମାଲୋଚିତ ହେବାକୁ ପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ଧନୁ- ପାରିବାରିକ କ୍ଷେତ୍ରରେ ଉନ୍ନତମାନର ବୁଝାମଣା ହେତୁ ପ୍ରତ୍ୟେକ କାର୍ଯ୍ୟ ଶୃଙ୍ଖଳିତ ରହିବ । ବନ୍ଧୁଙ୍କ ସଦ୍‌-ଭାବ କିମ୍ବା ସହକର୍ମୀମାନଙ୍କ ସହ-ଯୋଗ ପାଇବେ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ମକର – ଚନ୍ଦ୍ର କେନ୍ଦ୍ରାଧିପତିଙ୍କ ସହ ରହିଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରା ଆନନ୍ଦଦାୟକ ରହିବ ଓ ନୂତନ ମିତ୍ରତା ସୃଷ୍ଟି ହେବ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

କୁମ୍ଭ – ଶନିଙ୍କ ପ୍ରଭାବରେ ଆପଣଙ୍କର କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ହେତୁ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ମୀନ – ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ ତଥାପି କାମ ଅଟକି ରହିବ ନାହିଁ । ଯାନ୍ତ୍ରୀକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ଉପସ୍ଥିତି ହେବାରେ ବିଳମ୍ବ ଘଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.