Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||

ଜୁନ୍ ୧୩ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

13/06/2020 at 6:46 AM

ମେଷ – ଆର୍ଥିକ ସ୍ଥିତିରେ ଅଭିବୃଦ୍ଧି ଘଟିବ । ବାଣିଜ୍ୟ କାରବାର ତ୍ୱରାନ୍ୱିତ ହେବ । ବନ୍ଧୁ ଦର୍ଶନ କରିପାରନ୍ତି । ଚିନ୍ତାଧାରା ଉନ୍ନତମାନର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

ବୃଷ – ପରୋପକାରୀ ହେବେ । ବନ୍ଧୁ ସହ-ଯୋଗ ପାଇବେ । ସମ୍ମାନିତ ହେବେ । କର୍ମତତ୍ପରତା ପ୍ରକାଶ ପାଇବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ମିଥୁନ – କର୍ମତତ୍ପର ରହିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । କୃତୀ ପ୍ରତିଯୋଗୀ ଭାବେ ପୁରସ୍କୃତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

କର୍କଟ –ପୂଜ୍ୟ-ପୂଜାରେ ମନୋନିବେଶ କରିପାରନ୍ତି । ସେବା ମନୋଭାବର ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ସିଂହ – ମନ ଫୁର୍ତ୍ତି ରହିବ । ଦେଇଥିବା ପ୍ରତିଶ୍ରୁତି ପାଳନ କରିବେ । ବନ୍ଧୁ ସହାୟତା ପାଇ ଆନନ୍ଦ ଅନୁଭବ କରିବେ । କାର୍ଯ୍ୟଭାରରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

କନ୍ୟା – ଲୋକ ସଂପର୍କ ବୃଦ୍ଧି ପାଇବ । ସତ୍‌-ସଙ୍ଗୀ ହେବେ । ସତ୍‌-କର୍ମରେ ଆତ୍ମସନ୍ତୋଷ ଲାଭ କରିବେ । ଭାଗ୍ୟବାନ୍ ହେବେ । ଅସାଧ୍ୟ ଲୋକଙ୍କୁ ପରିତ୍ୟାଗ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ତୁଳା –ବ୍ୟବସାୟରେ ସ୍ୱଳ୍ପ ଲାଭ ମିଳିବ । ବହୁ ସୁଖର ଅଧିକାରୀ ହେବେ । ମନରେ ଗର୍ବଭାବ ବହନ କରିବେ । ସାଧୁ ସେବାରେ ବ୍ରତୀ ହୋଇ ଆର୍ଶୀବାଦ ଲାଭ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ବିଛା – ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ଅପୂର୍ବ ସଫଳତା ପ୍ରାପ୍ତ ହେବେ । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଧନୁ- ପରାମର୍ଶ ନେଇ କାର୍ଯ୍ୟ କଲେ ଅଧିକ ସଫଳତା ପାଇବେ । ଭାଗ୍ୟାନ୍ନତିର ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।

ମକର – ଶ୍ରମ ସାର୍ଥକ ହେବ । ଅଧିକ ଦାୟିତ୍ୱ ବହନ କରି ସୁପରିଚାଳନା କରିପାରନ୍ତି । ମନରେ ସରସତା ଆସିବ । ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

କୁମ୍ଭ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସନ୍ଥାର୍ଗୀ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଯାନବାହନ ସୁଖ ମିଳିବ । ପ୍ରିୟବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ମୀନ – ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

   Related Posts