ଜୁନ୍ ୧୮ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 18, 2020 IST

ମେଷ – ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ମୀଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ନୂଆ ବନ୍ଧୁ ଜୁଟି ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ବୃଷ – ଧର୍ମକାର୍ଯ୍ୟରେ ଅଧିକ ବ୍ୟୟ କରିବାକୁ ପଶ୍ଚାତ୍ପଦ ହେବେ ନାହିଁ । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ମିଥୁନ – ସଫଳତା ଲାଭ କରିବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି । ସରକାରୀ କୃପା ଲାଭ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

କର୍କଟ – ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବେ । ସୁସମ୍ବାଦ ପାଇଁ ଉତ୍‌-ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ସିଂହ – ସୁଖ-ସମ୍ମାନ ଲାଭ କରିପାରନ୍ତି । ନ୍ୟସ୍ତ ହୋଇଥିବା କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । କ୍ଷମତାର ଅଭିିବୃଦ୍ଧି ଘଟିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

କନ୍ୟା – ହାତେ ମାପି ଚାଖଣ୍ଡେ ଚାଲିବାକୁ ପଡିବ । ଶତ୍ରୁ ଯେତେ ବଳବାନ୍ ହେଲେ ବି କିଛି ଅନିଷ୍ଠ କରି ପାରିବ ନାହିଁ । ଯାନବାହନରେ ସତର୍କ ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ତୁଳା – ଶୁଭଙ୍କର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ବନ୍ଧୁ ସହାୟତା ପାଇ ଖୁସି ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

ବିଛା – ଯୋଗାଯୋଗରେ ସଫଳତା ମିଳିବ । ମନରେ ଅହଂଭାବ ଉଦ୍ରେକ ହୋଇପାରେ । ଶତ୍ରୁ ବିନାସ କରି ମାନସିକ ଶାନ୍ତି ଫେରି ପାଇବେ । ଶୁଭ କାର୍ଯ୍ୟ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଧନୁ- କାର୍ଯ୍ୟରେ ସଫଳତା ପାଇଁ ମନରେ ଅହଂଭାବ ପୋଷଣ କରିପାରନ୍ତି । ଅଧ୍ୟୟନରତ ହେବେ । ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ମକର – ଯାତ୍ରା ଶୁଭଦାୟକ ହେବ । ଶତ୍ରୁ ଉପରେ କଡା ନଜର ରଖିବାକୁ ପଡିବ । ଶ୍ରମ ସାର୍ଥକ ହେବ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

କୁମ୍ଭ – ହଜିଥିବା ଦ୍ରବ୍ୟର ସନ୍ଧାନ ପାଇପାରନ୍ତି । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଦେବ ଦର୍ଶନରେ ଶାନ୍ତି ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ମୀନ – ସେବା କ୍ଷେତ୍ରରେ ଜନକଲ୍ୟାଣ ମିଳିପାରେ । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ସାଙ୍ଗଠନିକ କାର୍ଯ୍ୟରେ ଅଗ୍ରଣୀ ଭୂମିକା ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.