ଜୁନ୍ ୨୦ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | June 20, 2020 IST

ମେଷ – କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାର କମ୍ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢିଯିବ । ଆଶାନୁଯାୟୀ ସାହାର୍ଯ୍ୟ ପାଇପାରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।

ବୃଷ – ବାଧ୍ୟବାଧକତାରେ ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଦାୟିତ୍ୱ ହାତକୁ ନେବାକୁ ବାଧ୍ୟ ହେବେ । ରୋହିଣୀ ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନରେ ଉନ୍ନତମାନର ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ମିଥୁନ – ନିକଟ ସମ୍ପର୍କୀୟମାନଙ୍କ ସହନ ମିତ୍ରତା ବଢାଇବା ସକାଶେ ଚେଷ୍ଟା କଲେ ମଧ୍ୟ ସେମାନେ ଆପଣଙ୍କୁ ଅସ୍ୱୀକାର କରିବେ । କାର୍ଯ୍ୟ ପ୍ରସ୍ତୁତି ନେଇ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

କର୍କଟ – ଖୋଲା ମନ ନେଇ ଖର୍ଚ୍ଚକୁ ଦୁରେଇ ରହିବା ପାଇଁ ଚେଷ୍ଟିତ ହୋଇପାରନ୍ତି । କେତେକ ପରିସ୍ଥିତିରେ ନିଜ ଲୋକଙ୍କୁ ସନ୍ଦେହ କରିବା ଭଳି ପରିସ୍ଥିତି ସୃଷ୍ଟି ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ସିଂହ – ଅତ୍ୟଧିକ ପରିଶ୍ରମଜନିତ ଅପରାହ୍ନରେ ସାମାନ୍ୟ ଶାରୀରିକ ଅସ୍ୱସ୍ତି ଅନୁଭବ କରିପାରନ୍ତି । ସମସ୍ୟା ପାଇଁ ବ୍ୟସ୍ତତା ବଢିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

କନ୍ୟା – କୌଣସି ନୂତନ କାମ ଆରମ୍ଭ କରିବାକୁ ଚାହୁଁଥିଲେ ଶୀଘ୍ର ଆରମ୍ଭ କରିବା ଭଲ ହେବ । ପରିସ୍ଥିତିର ସାମ୍‌ନା କରିବାକୁ ଯାଇ ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ତୁଳା – ଶାରୀରିକ ଅସୁସ୍ଥତା ହେତୁ ମନ ବିଚଳିତ ରହିପାରେ । ବ୍ୟବସାୟ କ୍ଷେତ୍ରରେ କିଛି ନୂତନ ଚୁକ୍ତିଗତ ସ୍ୱାକ୍ଷରିତ ହେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ବିଛା – ଆତ୍ମୀୟମାନେ କ୍ରମଶଃ ଦୂରେଇ ଯିବେ । ବହୁତ କାମ ଅସମ୍ପୂର୍ଣ୍ଣ ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି । ପଡୋଶୀଙ୍କ ସହ ଆଲୋଚନା କଲେ ଉପକୃତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ଧନୁ- ନିଜ ଲୋକମାନେ କଦର୍ଥ କରି ସମାଲୋଚନା କରିପାରନ୍ତି । ହଠାତ୍ କୌଣସି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷା କରି ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।

ମକର – ଆଜିର ପ୍ରତ୍ୟୁଷ ଯାତ୍ରା, ସଭାସମିତି, ନୂତନ କର୍ମାରମ୍ଭ ବିନା ବାଧା ବିଘ୍ନରେ ସମାପନ ହେବ । ଭଲ ସମ୍ପର୍କ ନ ଥିବା ସହକର୍ମୀଙ୍କ ଦ୍ୱାରା କର୍ମକ୍ଷେତ୍ରରେ କିଛି ବାଧା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।

କୁମ୍ଭ – ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡିପାରେ । ରୋଗଣା ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ମୀନ – କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସି ରହିବେ । ସରକାରୀସ୍ତରରୁ ମୋଟା ଅଙ୍କର ଋଣ ଆଣିବା ସକାଶେ ମନ ବଳାଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.