Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଜୁନ୍ ୨୧ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

21/06/2020 at 6:48 AM

ମେଷ – ଶ୍ରମ ସାର୍ଥକ ହେବ । ପରମ ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପତ୍ନୀଙ୍କ ସୁଖ ଅନୁଭବ କରିପାରନ୍ତି । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ବୃଷ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ମୋକଦ୍ଦମା ଖର୍ଚ୍ଚ ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

ମିଥୁନ – କାର୍ଯ୍ୟରେ ଅସ୍ଥିରତା ଲାଗି ରହିବ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । କର୍ମ ଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

କର୍କଟ – ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ସିଂହ – ସୁଖ-ସମୃଦ୍ଧିର ମୂଳଦୁଆ ପକାଇ ପାରନ୍ତି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ପରିବାର ପ୍ରତି ସଦିଚ୍ଛା ଭାବ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

କନ୍ୟା – ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନ ବିତିପାରେ । ସାହସୀ ଓ ସମ୍ପତ୍ତିବାନ୍ ହେବେ । ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ତୁଳା – ଅସୁସ୍ଥତା ସାମାନ୍ୟ ହେଲେ ବି ବିଶ୍ରାମ ଗ୍ରହଣ କରିବାକୁ ଇଚ୍ଛାପ୍ରକାଶ କରିପାରନ୍ତି । ସ୍ୱାଭିମାନୀ ହେବେ । ସହ-ଯୋଗୀ ବ୍ୟବସାୟରୁ ଲାଭ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ବିଛା – ଶୁଭ କାର୍ଯ୍ୟରେ ମନ ରହିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବା ଭାବ ଜାଗ୍ରତ ହୋଇପାରେ । ସ୍ୱକାର୍ଯ୍ୟର ସ୍ୱଚ୍ଛତା ପାଇଁ ଗର୍ବିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଧନୁ – ଆମୋଦ-ପ୍ରମୋଦରେ କିଛି ସମୟ କଟାଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

ମକର – ଭୋଗ-ବିଳାସ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବିଦ୍ୟାପ୍ରତି ଆଗ୍ରହୀ ହେବେ । ବିଭିନ୍ନ ଦିଗରୁ ଅର୍ଥ ଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

କୁମ୍ଭ – କେହି ଆପଣଙ୍କୁ ପ୍ରତାରିତ କରିବାକୁ ଉଦ୍ୟମ କରି ବିଫଳ ହେବେ । ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ମୀନ – ବିବାଦରେ ବିଜୟୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

   Related Posts