Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||
  • ଭୁବନେଶ୍ୱର : ବିଜେଡିରୁ ବହିଷ୍କୃତ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ
  • ||
  • ମାଲକାନଗିରି : କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ
  • ||

ଜୁନ୍ ୨୩ ତାରିଖ, ମଙ୍ଗଳବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

23/06/2020 at 7:06 AM

ମେଷ – ଦ୍ୱିଜା ନକ୍ଷତ୍ର ଜାତବ୍ୟକ୍ତିଙ୍କୁ ମାନ୍ୟତା ପ୍ରାପ୍ତ ହେବେ । ନିର୍ଭୟରେ କାର୍ଯ୍ୟ ସମ୍ମାଦନ କରିବେ । ଶାସ୍ତ୍ରାନୁରକ୍ତି ହେବେ । ସାଧୁ-ସେବା କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ବୃଷ – ରୋହିଣୀ ନକ୍ଷତ୍ର ଜାତବ୍ୟକ୍ତି ଆନନ୍ଦ ଉଲ୍ଲାସରେ ସମୟ ବିତାଇ ପାରନ୍ତି । କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । କୃତ୍ତିକା ନକ୍ଷତ୍ରଙ୍କ ସମାନ୍ୟ ଫଳ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ମିଥୁନ – ଆର୍ଦ୍ରା ଓ ପୁନର୍ବସୁ ନକ୍ଷତ୍ରଜାତ ବ୍ୟକ୍ତିଙ୍କର ଭଲ ଆୟ ହେବ । ଧନବାନ୍ ହୋଇପାରନ୍ତି । ଅପାର ଗୁଣର ଅଧିକାରୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୪ ।

କର୍କଟ – ଅଶ୍ଳେଷା ଓ ପୁନର୍ବସୁ ନକ୍ଷତ୍ରଜାତ ବ୍ୟକ୍ତି ବନ୍ଧୁଙ୍କ ଦ୍ୱାରା ସମ୍ମାନିତ ହେବେ । ପରାମର୍ଶଦାତା ହୋଇପାରନ୍ତି । ପାରିବାରିକ ସୁଖ-ଶାନ୍ତି ଅବ୍ୟାହତ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ସିଂହ – ପୂର୍ବା ଫାଲଗୁନୀ ନକ୍ଷତ୍ର ଜାତବ୍ୟକ୍ତିଙ୍କର ସ୍ୱଇଚ୍ଛାରେ କାର୍ଯ୍ୟ କରିବାର ସୁଯୋଗ ସୃଷ୍ଟି ହୋଇଛି । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ଗୃହକର୍ମ ମଙ୍ଗଳମୟ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

କନ୍ୟା – ହସ୍ତା ନକ୍ଷତ୍ର ଜାତବ୍ୟକ୍ତି କୁଳ ପ୍ରଧାନ ହେବେ । ପୁଣ୍ୟ ଅର୍ଜନ କରିପାରନ୍ତି । ନାନା ବିଭବରେ ମଣ୍ଡିତ ହୋଇପାରନ୍ତି । ଗୌରବର ଅଧିକାରୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ତୁଳା – ସ୍ୱାତୀ ଓ ବିଶାଖା ନକ୍ଷତ୍ର ଜାତବ୍ୟକ୍ତିଙ୍କର କର୍ମ ତତ୍ପରତା ପ୍ରକାଶ ପାଇବ । ପାରିବାରିକ କ୍ଷେତ୍ରରେ ସୁଖ-ସମୃଦ୍ଧି ଆଶା କରାଯାଏ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ବିଛା – ବିଶାଖା ଓ ଜ୍ୟେଷ୍ଠା ନକ୍ଷତ୍ର ଜାତବ୍ୟକ୍ତି ବହୁ ଧନର ଅଧିକାରୀ ହେବେ । ପୁତ୍ର ସୁଖ ମିଳିପାରେ । ଉତ୍ତମ ବଂଶରୁ କନ୍ୟା ଆଣି ପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଧନୁ – ପୂର୍ବାଷାଢା ନକ୍ଷତ୍ର ଜାତ ବ୍ୟକ୍ତିଙ୍କର ଚାଲୁ ରହିଥିବା ଯୋଜନାବଦ୍ଧ କାର୍ଯ୍ୟ ଫଳଦାୟକ ହେବ । ବାଣିଜ୍ୟ କାରବାର ଉନ୍ନତମାନର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ମକର – ଶ୍ରବଣା ନକ୍ଷତ୍ର ଜାତବ୍ୟକ୍ତି ଯେଉଁ କାର୍ଯ୍ୟରେ ହାତ ଦେବେ ସେଥିରେ ସିଦ୍ଧି ପ୍ରାପ୍ତ ହେବେ । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ପଡୋଶୀଙ୍କ ସହ ସଦ୍ଭାବନାର ସହ ଚଳିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

କୁମ୍ଭ – ଶତଭିକ୍ଷା ଓ ପୂର୍ବଭାଦ୍ରପଦ ନକ୍ଷତ୍ର ଜାତବ୍ୟକ୍ତି ମାନ୍ଦାଗତିରେ ଚାଲିଲେ ବି ଚାଲୁ ରହିଥିବା କାର୍ଯ୍ୟଟି ଫଳଦାୟକ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ମୀନ – ପୂର୍ବ ଭାଦ୍ର ପଦ ଓ ରେବତୀ ନକ୍ଷତ୍ର ଜାତ ବ୍ୟକ୍ତିଙ୍କର ଦ୍ୱିଜ ଉପରେ ଭକ୍ତିଭାବ ଉଦ୍ରେକ ହେବ । କର୍ମ ଉତ୍ସାହପ୍ରଦ ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

   Related Posts