Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଜୁନ୍ ୨୮ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

28/06/2020 at 6:50 AM

ମେଷ – ଶତ୍ରୁ ଆପଣା ଛାଏଁ ଆଡ ହେବା କାରଣରୁ ଆଶ୍ୱସ୍ତ ହୋଇପାରନ୍ତି । ପାରିବାରିକ ସୁଖ ଅବ୍ୟାହତ ରହିବ । ଉନ୍ନତିମୂଳକ କାର୍ଯ୍ୟ କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ବୃଷ – ଧର୍ମପ୍ରିୟ ଓ କ୍ରିୟାଶୀଳ ହେବେ । ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି । ଶିଳ୍ପ ପାରଦର୍ଶୀ ହେବେ । ହାସ୍ୟ ଯୁକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ମିଥୁନ – ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରିପାରନ୍ତି । ପ୍ରୀତି ଲାଭ କରିବେ । ଅବୀଷ୍ଟ ସିଦ୍ଧି ହେବ । ସକଳ ଗୁଣଯୁକ୍ତ ହେବେ । କାବ୍ୟ-ଶାସ୍ତ୍ରାନୁରକ୍ତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

କର୍କଟ – ପରିଶ୍ରମ ମୂଲ୍ୟ ମିଳିବ । ସହିଷ୍ଣୁ ହେବେ । ପତ୍ନୀଙ୍କ ନିକଟରେ ହାର୍ ମାନିବେ । ଶତ୍ରୁନାଶ କରିପାରନ୍ତି । ଗୃହପାଳିତ ପଶୁ କ୍ରୟ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।

ସିଂହ – ଆୟ ପରିମାଣ ବୃଦ୍ଧି ପାଇବ । ଧନବାନ୍ ହେବେ । ଅପାର ଗୁଣର ଅଧିକାରୀ ହୋଇପାରନ୍ତି । ଉତ୍ତମ ଭୋଜନ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

କନ୍ୟା – ବ୍ୟୟଭାର ବୃଦ୍ଧି ହୋଇପାରେ । ବୁଦ୍ଧିମାନ୍ କାର୍ଯ୍ୟକରି ପ୍ରଶଂସାର ପାତ୍ର ହେବେ । ଧନ ଓ ଯାନବାହନ ଯୁକ୍ତ ହୋଇପାରନ୍ତି । ଶ୍ରେଷ୍ଠ ମାନ୍ୟତା ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ତୁଳା – ସ୍ଥଗିତ କାର୍ଯ୍ୟର ପୁନଃ ପରିଚାଳନା କରିପାରନ୍ତି । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଆଣିପାରନ୍ତି । ପଡୋଶୀମାନଙ୍କ ସହ ସେହ୍ନ, ଶ୍ରଦ୍ଧା, ସଦ୍ଭାବନା ରଖିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

ବିଛା – ନିର୍ଭୟରେ କାର୍ଯ୍ୟ ସଂପାଦନ କରିବେ । ପଥଭ୍ରଷ୍ଟ ହେବାର ପ୍ରଶ୍ନ ଉଠୁନାହିଁ । ଆନନ୍ଦ ଉଲ୍ଲାସରେ ସମୟ ବିତାଇ ପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ଧନୁ – କର୍ମପ୍ରବଣ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । କାର୍ଯ୍ୟରେ ସ୍ଥିରତା ଉପୁଜି ପାରେ । ଶାନ୍ତି-ସନ୍ତୋଷ ଲାଭ କରିପାରନ୍ତି । ମନୋବଳ ବୃଦ୍ଧି ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ମକର – ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଓ ଘାତଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସାବଧାନତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

କୁମ୍ଭ – କେତେକ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରିପାରନ୍ତି । ବନ୍ଧୁ ସୁଖ ମିଳିପାରେ । ବସ୍ତ୍ର ଭୂଷଣ ଲାଭ ହେବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୫ ।

ମୀନ – ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ବିବାଦରେ ବିଜୟୀ ହେବେ । ଦେବ ଦର୍ଶନର ସୁଯୋଗ ଅଛି । ଶରୀର ସୁସ୍ଥ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

   Related Posts