ଜୁଲାଇ ୧ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 01, 2020 IST

ମେଷ – ବିଶିଷ୍ଟବ୍ୟକ୍ତିଙ୍କ ପୃଷ୍ଠସାହାର୍ଯ୍ୟରୁ ଅସମ୍ଭବ କାମକୁ ସମ୍ଭବ କରାଇବାରେ ସାହାର୍ଯ୍ୟ କରିବେ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇ ଦୁଃଖକୁ ଲାଘବ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ବୃଷ – ବୁଧ ଅର୍ଥପ୍ରାପ୍ତିରେ ବିଳମ୍ବ ସୃଷ୍ଟି କରିବା ସହ ବନ୍ଧୁଙ୍କ ସହ କଳହର କାରଣ ହୋଇପାରନ୍ତି । ପାରିବାରିକ ଅଶାନ୍ତିରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ମିଥୁନ – ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି, ସେଥିରେ ବହୁତ ବିଳମ୍ବରେ ସଫଳତା ପାଇବେ । ପିଲାମାନଙ୍କ ସମସ୍ୟାକୁ କେନ୍ଦ୍ର କରି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

କର୍କଟ – ପାପଗ୍ରହ ମଧ୍ୟ ଚନ୍ଦ୍ରଙ୍କ ଯୋଗୁ ସାମୟିକ ଥଣ୍ଡାଜନିତ ପୀଡା କର୍ମକ୍ଷେତ୍ରକୁ ନିରୁତ୍ସାହିତ କରିପାରେ । ବିଶିଷ୍ଟ ବ୍ୟକ୍ତିଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ସିଂହ – ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ସଙ୍ଗୀତ କ୍ଷେତ୍ରରେ ଆଦୃତି ଲାଭ କରିବେ ।  ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

କନ୍ୟା – ବହୁ ପୂର୍ବରୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଦୁରେଇ ରହିବେ । ଆତ୍ମୀୟସ୍ୱଜନ କାର୍ଯ୍ୟକଳାପ ଆପଣଙ୍କ ପାଇଁ ଚିନ୍ତାର କାରଣ ହୋଇପାରେ ।  ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।

ତୁଳା – ଅନ୍ୟମାନଙ୍କ ଉପରେ ନିର୍ଭର ନ କରି ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । କର୍ମକ୍ଷେତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ବିଛା – ପ୍ରତ୍ୟେକ କ୍ଷେତ୍ରରେ ଦୁର୍ଭାବନା ଚଢିଚାଲିବ ଓ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ବନ୍ଧୁ ଗହଣରେ ଅପ୍ରିୟସତ୍ୟ କଥା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଧନୁ – ପାରିବାରିକ ଜଞ୍ଜାଳ ବୃଦ୍ଧି ମାନସିକ ସନ୍ତୁଳନ ନଷ୍ଟକରିବାରେ ସହାୟକ ହୋଇପାରେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ମକର – ସମସ୍ୟା ମଧ୍ୟରେ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ, କିନ୍ତୁ କାମ ଅଟକିବ ନାହିଁ । ପାରିବାର ଭିତରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

କୁମ୍ଭ  –  ସରକାରୀ କାମରେ ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଆଜିର ବ୍ୟବସାୟ, ବାଣିଜ୍ୟ ପ୍ରତିବନ୍ଧକ ମୁକ୍ତ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ମୀନ – ପ୍ରତ୍ୟେକ କ୍ଷେତ୍ରରେ ସହ –ଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ପାରିବାରିକ କ୍ଷେତ୍ର ଭୋଗ ବିଳାସ ଓ ହସ ଖୁସିରେ ଅତିବାହିତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.