Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ଜୁଲାଇ ୧୩ ତାରିଖ, ସୋମବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

13/07/2020 at 6:52 AM

ମେଷ – ସତର୍କ ନ ରହିଲେ ପ୍ରତାରିତ ହେବେ । କଠୋର ସ୍ୱଭାବର ଏବଂ ପରାକ୍ରମୀ ହୋଇପାରନ୍ତି । ଚତୁର ଓ ଧନଯୁକ୍ତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ବୃଷ – ସ୍ୱ ଇଚ୍ଛାରେ କାର୍ଯ୍ୟ ସଂପାଦନ କରିବେ । କର୍ମରେ ଉନ୍ନତି ଘଟିବ । ଶୁଭ ଖବର ପାଇ ଖୁସି ହେବେ । ଗୁରୁକୃପା ଲାଭ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ମିଥୁନ – ସମ୍ମାନିତ ହେବେ । କାର୍ଯ୍ୟରେ ସଫଳତା ଲାଭ କରିବେ । ପାରିବାରିକ ଓ ବ୍ୟବସାୟରେ ଲାଭବାନ ହେବେ । ବନ୍ଧୁ ମିଳନ ଘଟିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

କର୍କଟ – ଜଟିଳ ସମସ୍ୟାର ସୁ ସମାଧାନ କରିପାରନ୍ତି । ପରୋପକାରରେ ବ୍ରତୀ ହୋଇପାରନ୍ତି । ଶୁଭାଶୁଭ ମିଶ୍ରିତ ଫଳ ମିଳିବ । ବିଦ୍ୟାରୂପକ ମହାଧନ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ସିଂହ – ନିର୍ଭୟରେ କାର୍ଯ୍ୟ କରି ଚାଲିବେ । ଧନକ୍ଷୟ ହେବାର ସମ୍ଭାବନା ଅଛି । କ୍ଳାନ୍ତି ଓ ଅବସାଦର ସମ୍ମୁଖୀନ ହୋଇପାରନ୍ତି । ପରଚର୍ଚ୍ଚାରୁ ବିରତ ହେବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

କନ୍ୟା – ବନ୍ଧୁ ମିଳନରେ ଉପକୃତ ହେବେ । ସମ୍ମାନିତ ହେବେ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟିି ହେବ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ତୁଳା – କାର୍ଯ୍ୟ ହାସଲ କରିବାକୁ ହେଲେ କ୍ରୋଧ ସମ୍ବରଣ କରିବାକୁ ପଡିବ । ବନ୍ଧୁଙ୍କ ସହ-ଯୋଗ ମିଳିବ । କାର୍ଯ୍ୟ ସମ୍ପାଦନର ପ୍ରଶଂସାର ପାତ୍ର ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ବିଛା – ଚିନ୍ତାଗ୍ରସ୍ତ ହୋଇପାରନ୍ତି । ବହୁ ସୁଖର ଅଧିକାରୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ପାରଙ୍ଗମ ହେବେ । ହର୍ଷଯୁକ୍ତ , ଶୁଦ୍ଧ ଭାଷୀ ଓ ଧନଶାଳୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ଧନୁ – ସାଧନା ଫଳବତୀ ହେବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରି ଗଢି ତୋଳିବେ । ଶତ୍ରୁ ଦମନରେ ପାରଙ୍ଗମ ହେବେ । ଆଇନାନୁ-ମୋଦିତ କାର୍ଯ୍ୟ କରି ଆଦର୍ଶବାଦୀ ନୀତି ସୃଷ୍ଟି କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ମକର – ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସିଦ୍ଧିପ୍ରାପ୍ତ ହୋଇପାରନ୍ତି । ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

କୁମ୍ଭ – ନୀତିରୁ ବିଚ୍ୟୁତ ହେବେ ନାହିଁ । ଦେବପୂଜାରେ ନିଜକୁ ନିୟୋଜିତ କରିପାରନ୍ତି । ନାନାବିଧ ସୁଖର ଅଧିକାରୀ ହୋଇପାରନ୍ତି । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ମୀନ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଚିନ୍ତାଧାରା ଉନ୍ନତମାନର ହେବ । ମଙ୍ଗଳମୟ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

   Related Posts