Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଜୁଲାଇ ୧୫ ତାରିଖ, ବୁଧବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

15/07/2020 at 6:50 AM

ମେଷ – ବ୍ୟୟ ଭାବରେ ମଙ୍ଗଳଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ ଅଟକି ରହିଥିବା କାମ ତ୍ୱରାନ୍ୱିତ ହେବ । ପାରିବାରିକ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନା ସଫଳତା ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ବୃଷ – ଲାଭସ୍ଥାନରେ ଚନ୍ଦ୍ର ଥିବାରୁ ସକାଳୁ ସକାଳୁ ଶୁଭ ଖବର ପାଇ ମନ ଖୁସୀ ହୋଇଯିବ । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍ ପ୍ରକାଶ କରିବା ଠିକ୍ ନ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।

ମିଥୁନ – ଦୀର୍ଘ ଦିନରୁ ବହୁ ପ୍ରତୀକ୍ଷିତ ଖବରଟି ଅପରାହ୍ନେ ପାଇପାରନ୍ତି । ଆର୍ଥିକ ଅନଟନ ଦୂରେଇବା କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

କର୍କଟ – କର୍ମାଧିପ ଭାଗ୍ୟସ୍ଥ ହେତୁ ଦୀର୍ଘ ଦିନର ପ୍ରତୀକ୍ଷା ପରେ ଅପୂର୍ବ ସଫଳତାରେ ଆନନ୍ଦ ଅନୁଭବ କରିବେ । ପରିବାରରେ ପୈତୃକ ସମ୍ପତ୍ତିକ କେନ୍ଦ୍ର କରି ଟଣାଓଟରା ଦେଖା ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ସିଂହ – ଗୁରୁଜନମାନଙ୍କ ପରାମର୍ଶ ଓ ସହଯୋଗରୁ ପାରିବାରିକ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

କନ୍ୟା – ବୁଧାଦିତ୍ୟ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ହଠାତ୍ ଦୂର ଯାତ୍ରା କରିବାକୁ ପଡିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

ତୁଳା – ଶନି ଓ ଚନ୍ଦ୍ରଙ୍କ ସମ୍ବନ୍ଧ କାରଣରୁ ପୂର୍ବସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ବନ୍ଧୁ ମିଳନ ସହିତ କାର୍ଯ୍ୟ ସମ୍ପନ୍ନ କରିବେ । ଆଶା ଅନୁରୂପ ଫଳ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ବିଛା – ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ଅର୍ଥନୈତିକ ଅଭିବୃଦ୍ଧି ଘଟିବା ସହ ପ୍ରତ୍ୟେକ କ୍ଷେତ୍ରରେ ଜୟଯୁକ୍ତ ହେବେ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଧନୁ – ରାଶିରେ କେତୁ ଯୁକ୍ତ ବୃହସ୍ପତି କାରଣରୁ ଶାରୀରିକ ଅସୁସ୍ଥତା ସହ ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁଁ ଅଗ୍ରଗତି ହୋଇପାରିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ମକର – ଶନିଙ୍କ ଦୃଷ୍ଟିରେ ଚନ୍ଦ୍ର ଓ ମଙ୍ଗଳ ଥିବାରୁ ପରିବାର ଭିତରେ ସନ୍ଦେହ ଓ ଭୁଲ ବୁଝାମଣା ହେତୁ ସମସ୍ୟା ବଢିପାରେ । କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।

କୁମ୍ଭ – କର୍ମାଧିପ ପାପଗ୍ରହ ଦୃଷ୍ଟିରେ ଥିବାରୁ ଯୁକ୍ତିତର୍କ ଜନିତ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିବେ । ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିପାନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ମୀନ – ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । ପାପଯୁକ୍ତ ରାଶ୍ୟାଧିପତିଜନିତ ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

   Related Posts