ଜୁଲାଇ ୧୬ ତାରିଖ, ଗୁରୁବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 16, 2020 IST

ମେଷ – ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

ବୃଷ – ପ୍ରତାରିତ ହେବାର ସୂଚନା ମିଳୁଛି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା ଆଶା କରାଯାଏ । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ମିଥୁନ – କର୍ମକ୍ଷେତ୍ର ଓ ସାମାଜିକ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ସୁସମ୍ବାଦ ପାଇ ଖୁସି ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

କର୍କଟ – କର୍ମତତ୍ପରତା ପ୍ରକାଶ ପାଇବ । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ସିଂହ – କାର୍ଯ୍ୟର ସଫଳ ରୂପାୟନ କରିବାରେ ସକ୍ଷମ ହେବେ । ଅଧିକ କ୍ଷମତା ହାସଲ କରି, ତା’ର ସଦ୍ ବ୍ୟବହାର କରିବେ । ପ୍ରତିଯୋଗିତାରେ ବିଜୟୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

କନ୍ୟା – କାର୍ଯ୍ୟରେ ସଫଳତା ଲାଭ କରିବେ । ଖର୍ଚ୍ଚାନ୍ତ ହେବା ଆଶା କରାଯାଏ । ମାନ୍ଦାଭାବ ଦେଖା ଦେଇ ପାରେ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ତୁଳା – ଅନେକ ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବାରେ ପାରଙ୍ଗମ ହେବେ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ବିଛା – ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଶାନ୍ତ ହେବେ । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।

ଧନୁ – ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ଅବଶ୍ୟ ମିଳିବ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଅଧ୍ୟୟନରତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ମକର – ମିଥ୍ୟା ଓ ଅମୁଳକ ଅଭିଯୋଗ ଆପଣଙ୍କ ନାମରେ ଆସିପାରେ । ବାଦାନୁବାଦ ଉପୁଜି ପାରେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

କୁମ୍ଭ – କାର୍ଯ୍ୟରେ ସଫଳତା ଲାଭ କରିବେ । ଶ୍ରମର ମୂଲ୍ୟାଙ୍କନ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ମୀନ – ଆଳସ୍ୟ ପରାୟଣ ହୋଇପାରନ୍ତି । ମାତ୍ର ଧନାଗମ ହେବାର କୌଣସି ବାଧା ଉପୁଜିବ ନାହିଁ । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.