ଜୁଲାଇ ୨୧ ତାରିଖ, ମଙ୍ଗଳବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 21, 2020 IST

ମେଷ – ଆଜି ଯେମିତି ଚାହୁଁଛନ୍ତି ଠିକ୍ ସେମିତି ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ନିଜର ଲୋକମାନେ ମଧ୍ୟ କ୍ରମଶଃ ଦୂରେଇ ଯାଉଥିବାର ଲକ୍ଷ୍ୟ କରିବେ । ନିକଟ ଅତୀତର ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

ମିଥୁନ – କାମ ହାସଲ କରିବା କ୍ଷେତ୍ରରେ ନିଜର ଲୋକମାନେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି । ବନ୍ଧୁଙ୍କ ଠାରୁ ହାତ ଉଧାରି ଟଙ୍କା ଆଣି ଆବଶ୍ୟକତାରୁ ପୂରଣ କରିବାରେ ଯତ୍ନବାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

କର୍କଟ – ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତି ଠାରୁ ଦୂରେଇ ରହିବା ଭଲ । ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ସିଂହ – ବାଧ୍ୟବାଧକତାରେ ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଭଲ ରହି ନ ପାରେ । କାମ ଗୁଡିକ ସବୁ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍ ବେଗ ପ୍ରକାଶ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

କନ୍ୟା – ସାମୟିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ୍ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିକଟ ସମ୍ପର୍କୀୟମାନଙ୍କ ଭଲ କରିବାକୁ ଯାଇ ନିଜକୁ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ତୁଳା – ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ବଢି ଚାଲିବା ହେତୁ ମନ ଓ କାମ ଶୃଙ୍ଖଳିତ ରହି ପାରିବ ନାହିଁ । ବ୍ୟବସାୟରେ ବିଶେଷ ଲାଭ ନ ହେଲେ ବି କ୍ଷତି ର ସମ୍ଭାବନା ବି ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ବିଛା – ଆଜି ଯେଉଁ କାମ ହାତକୁ ନେବେ ଅବଶ୍ୟ ନିର୍ବିଘ୍ନ ରେ ସମାପନ କରିବାରେ କୌଣସି ଅସୁବିଧା ହେବ ନାହିଁ । ସମସ୍ୟାର ଯଥାବିଧି ସମାଧାନ ପାଇଁ ତତ୍ପରତା ପ୍ରକାଶ କରିପାରିଲେ ସଫଳତା ମିଳିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮।

ଧନୁ – ପୂର୍ବସ୍ଥିରୀକୃତ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କାମ ହାସଲ କରିପାରିବେ । ଦୀର୍ଘ ପଥ ଭ୍ରମଣ ସ୍ୱାସ୍ଥ୍ୟ ସକାଶେ ବାଧକ ସାଜିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ମକର – ଅନ୍ୟର ମନ ଅନୁଯାୟୀ କାମ କରିପାରିଲେ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢାଇବାର ଆଶଙ୍କା ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

କୁମ୍ଭ – ବନ୍ଧୁମାନଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ୱିତ କରିବାରେ ସାହାର୍ଯ୍ୟ କରିବ । ଯାହା ଖୋଜୁଛନ୍ତି ତାହା ପ୍ରତିବେଶୀଙ୍କ ସାହାର୍ଯ୍ୟ ଓ ସହ-ଯୋଗରୁ ଉପକୃତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

ମୀନ – କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି , ଗବେଷଣା, ଆଲୋଚନା ,ସାହିତ୍ୟରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.