ଜୁଲାଇ ୨୫ ତାରିଖ, ଶନିବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 25, 2020 IST

ମେଷ – ଚନ୍ଦ୍ର କେନ୍ଦ୍ରରେ ଶୁକ୍ର ଥିବାରୁ ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ ବନ୍ଧୁମିଳନ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ । ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ବୃଷ – ରାହୁ ଓ ବୁଧ ଧନସ୍ଥ ଯୋଗୁ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବିବାଦ ଦେଖା ଦେଇପାରେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଅଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।

ମିଥୁନ – ନିଜ କାମ ପଛକୁ ପକାଇ ଅସୁବିଧାରେ ଥିବା ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ସାଧାରଣ ଘଟଣାକୁ ଅତିରଞ୍ଜିତ କରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

ର୍କକଟ – ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ସିଂହ – ବ୍ୟୟାଧିପ ରାଶିରେ ବ୍ୟୟବହୁଳତା ସାଙ୍ଗକୁ ଦୂରଯାତ୍ରା ପାଇଁ ରାସ୍ତା ଉନ୍ମୁକ୍ତ କରିପାରନ୍ତି । ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

କନ୍ୟା – ବୁଧ ପାପଗ୍ରହଯୁକ୍ତ ହେତୁ ବାରମ୍ବାର ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବ । କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟି କରି ବିରକ୍ତିି ପ୍ରକାଶ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ତୁଳା – ସ୍ଥଗିତ କାମ ସକାଶେ ଅନ୍ୟର ସାହାର୍ଯ୍ୟ ଲୋଡିବାକୁ ବାଧ୍ୟ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ବିଛା – ଅନ୍ୟମନସ୍କତାଜନିତ କେତେକ ସାମାନ୍ୟ ଭୁଲ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ବନ୍ଧୁମାନଙ୍କ ଗହଣରେ କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦହଲାଇ ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ଧନୁ – ମୂଳା ନକ୍ଷତ୍ରର ବିଭିନ୍ନ ବିଷୟରେ ଚିନ୍ତାକରି ମନଟା ଭଲ ଲାଗିବ ନାହିଁ । ପାରିବାରିକ କଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ଅଶାନ୍ତିକୁ ନିମନ୍ତ୍ରଣ କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ମକର – ଶ୍ରବଣା ନକ୍ଷତ୍ରରେ ଚେଷ୍ଟା କରୁଥିବା କାମରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

କୁମ୍ଭ – ଶତଭିକ୍ଷା ନକ୍ଷତ୍ର ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଆକସ୍ମିକ ଯାତ୍ରା କରିବାକୁ ପଡିପାରେ । ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।

ମୀନ – ଉପରିସ୍ଥଙ୍କ ସାହାର୍ଯ୍ୟରୁ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନ୍‌ସନ କମିଯିବ । ପରୋକ୍ଷ ଶତ୍ରୁତା କାରଣରୁ ସମସ୍ୟା ଆସିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.