ଜୁଲାଇ ୨୯ ତାରିଖ, ବୁଧବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 29, 2020 IST

ମେଷ – ଅଟକି ରହିଯାଇଥିବା କାର୍ଯ୍ୟଗୁଡିକ ତ୍ୱରାନ୍ୱିତ ହେବାରେ ବନ୍ଧୁ ସାହାର୍ଯ୍ୟ କରିବେ । କୃଷି, ବାଣିଜ୍ୟବ୍ୟବସାୟ, ପ୍ରଶାସନ ଓ ରାଜନୀତିରେ ଚେଷ୍ଟା ସଫଳ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ବୃଷ – କ୍ଷେତ୍ରସିଂହାସନ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବୃଦ୍ଧି ପାଇବ । ନିଜ ସମ୍ପର୍କୀୟ ବନ୍ଧୁମାନଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।

ମିଥୁନ – ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ଯେଉଁ କାମଟିକୁ ଆଜି ଯାଏ ଆପଣ କରି ପାରୁ ନ ଥିଲେ ଆଜି ତାହା ସୁବିଧାରେ ହୋଇଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ର୍କକଟ – ଉପରିସ୍ଥଙ୍କ ସହୃଦୟତାରୁ କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ । କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

ସିଂହ – ଆଜି ପରିବାରର କିଛି ଅଭାବ ଓ ଅସୁବିଧାକୁ ନେଇ ସରଗରମ ଆଲୋଚନା ହୋଇପାରେ । ଉଚ୍ଚପଦାଧିକାରୀଙ୍କ କ୍ରୋଧରୁ କିଛିଟା ହଇରାଣ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

କନ୍ୟା – ବିଭିନ୍ନ ସମସ୍ୟାରେ ଭାରାକ୍ରାନ୍ତ ମନ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ବିଷମ ପରିସ୍ଥିତିରେ ବନ୍ଧୁଙ୍କ ଠାରୁ ପ୍ରତ୍ୟୁପକାର ଆଶା ନିରର୍ଥକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ତୁଳା – ଭୁଲ୍ ବୁଝାମଣାରୁ ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟାରୁ ମୁକୁଳୀବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ବିଛା – ସ୍ୱାସ୍ଥ୍ୟଗତ କେତେକ ସମସ୍ୟା ମନକୁ ନିରୁତ୍ସାହିତ କରିପାରେ । ସାଧାରଣ କଥାରେ ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ସମସ୍ୟା ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ଧନୁ – ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । ଅଫିସରଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ମକର – ପରୋକ୍ଷ ଶତ୍ରୁତା , ଧାର କରଜ, ପିଲାମାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ଆଦୌ ପଡୁ ନ ଥିବା ଲୋକମାନେ ଗୁଣଗାନ କରିବା ବଦଳରେ ନିନ୍ଦା କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

କୁମ୍ଭ – ବନ୍ଧୁଙ୍କ ଶତ୍ରୁତା , ପୁଅ ଝିଅଙ୍କ ବାହାଘର ସମସ୍ୟା ନେଇ ବ୍ୟସ୍ତ ରହିବେ । ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବା ଦିଗରେ ଜଣେ ପୂର୍ବବନ୍ଧୁ କିଛି ଖବର ନେଇ ଆସିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ମୀନ – କର୍ମକ୍ଷେତ୍ରରେ ମନ୍ଥର ଗତି ଦେଖା ଦେଇପାରେ କିନ୍ତୁ କୌଣସି କାମ ଅଟକିବ ନାହିଁ । ରାଜନୈତିକ ଚାପର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.