Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଅଗଷ୍ଟ ୦୬ ତାରିଖ, ଗୁରୁବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

6/08/2020 at 7:01 AM

ମେଷ – ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ । ଆଜିର ପ୍ରତେୁ୍ୟଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ବୃଷ – କୌଣସି ଏକ ବିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ହେବେ । ସାଂଗଠନ୍ଖଳ କ୍ଷେତ୍ରରେ ଖୋଲା ମନ ନେଇ କାମ କରି ସମ୍ମାନିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ମିଥୁନ – ବୁଧ ଯୁକ୍ତ ଶୁକ୍ର ହେତୁ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମକଲେ ଉପକୃତ ହୋଇପାରନ୍ତି । ସାମାଜିକ ସ୍ତରରେ ତଥା କଚେରୀ ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

କର୍କଟ – କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ଲଟରୀରୁ ହଠାତ୍ କିଛି ଅର୍ଥ ମିଳିପାରେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ସିଂହ – ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ । କର୍ମ ଚଞ୍ଚଳ ରହିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

କନ୍ୟା – କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସର୍ତକତାରେ ଚଳିବାକୁ ପଡିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

ତୁଳା – ପରର ଉପକାର କରି ନିଜେ କ୍ଷତି ସହିପାରନ୍ତି । ଭାଗ୍ୟଶାଳୀ ହେବେ । ବିଭିନ ଦିଗରୁ ଧନାଗମର ସୁଯୋଗ ସୃଷ୍ଟି ହୋଇଛି । ମିତ୍ର ସୁଖ ମିଳିବ । ମଧୁରଭାଷୀ, ସହନଶୀଳ, ଉଦାରପ୍ରେମୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ବିଛା – କାର୍ଯ୍ୟରେ ଢେର ଅଗ୍ରଗତି ଘଟିବ । ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ଜିଣିବେ ଓ ତତ୍‌ଜନିତ ଧନଲାଭ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

ଧନୁ – ଭଲ ଆୟ ହେବାର ସୂଚନା ମିଳୁଛି । ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ମକର – ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

କୁମ୍ଭ – କାର୍ଯ୍ୟରେ ଅଗ୍ରଗତି ଘଟିବ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ପାରିବାରିକ ସୁଖ ମିଳିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ମୀନ – ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

   Related Posts