Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଅଗଷ୍ଟ ୧୧ ତାରିଖ, ମଙ୍ଗଳବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

11/08/2020 at 7:02 AM

ମେଷ – ଆଜି ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ । କିନ୍ତୁ ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ବୃଷ – ଶୁକ୍ର ଦ୍ୱାଦଶାଧିପଙ୍କ ଦୃଷ୍ଟିରେ ଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ । ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ମିଥୁନ – ଶନିଙ୍କ ନକ୍ଷତ୍ରସ୍ଥ ବୁଧ ଯୋଗୁ ସଂକୋଚବଶତଃ ବନ୍ଧୁ ନିକଟରେ ମନ କଥା ପ୍ରକାଶ କରିପାରିବେ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

କର୍କଟ – କୌଣସି ଅତୀତ ଘଟଣା ବାରମ୍ବାର ଚିନ୍ତାକରି ମାନସିକ ଅଶାନ୍ତି ଅନୁଭବ କରିପାରନ୍ତି । ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ବନ୍ଧୁଙ୍କ ସାହାର୍ଯ୍ୟରୁ ଦୂର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ସିଂହ – ପରିବାରର ଆବଶ୍ୟକତା ପୂରଣ କରିବାରେ ଅସମର୍ଥତା ପ୍ରକାଶ କରି ଅଶାନ୍ତି ରହିବେ । ଗୁରୁବର୍ଗଙ୍କ ପ୍ରେରଣାରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

କନ୍ୟା – ପାପଯୁକ୍ତ ଚତୁର୍ଥସ୍ଥାନ ଯୋଗୁ ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ତୁଳା – ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍କ କରିବା କଷ୍ଟ ହୋଇଯିବ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍ ମୋଟା ଅର୍ଥର ଆବଶ୍ୟକତା ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ବିଛା – ରାଶ୍ୟାଧିପ ଶନିଙ୍କ ଦୃଷ୍ଟି ଥିବାରୁ ସ୍ୱାସ୍ଥ୍ୟ ବିଶେଷ ଭଲ ରହିବ ନାହିଁ । ହାତକୁ ନେଇ ଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ଧନୁ – ସପ୍ତମ କେନ୍ଦ୍ରରେ ବଳବାନ୍ ରାହୁ ଥିବାରୁ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦରେ ପଶିଲେ ଅପଦସ୍ଥ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ମକର – ମୁଖଭାବରେ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତି ଯୋଗୁଁ ନିଜର ଲୋକମାନଙ୍କ ତର୍କବିତର୍କ ଲାଗି ପାରେ । ଅଧସ୍ତନ କର୍ମଚାରୀମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । । ଶୁଭ ଅଙ୍କ ୫ ।

କୁମ୍ଭ – କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ମୀନ – ରାହୁ ଓ ଶୁକ୍ରଙ୍କ ଚତୁର୍ଥସ୍ଥିତିଜନିତ ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ରହିବ । କର୍ମକ୍ଷେତ୍ରରେ ସତର୍କତାରେ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଶୁଭ ରଙ୍ଗ ଧଳା । ଶୁୃଭ ଅଙ୍କ ୯ ।

   Related Posts