ଅଗଷ୍ଟ ୨୦ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 20, 2020 IST

ମେଷ – ଏକାଧିକ ଗ୍ରହ ସ୍ୱଗୃହୀ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

ବୃଷ – ଧନାଧିପ ଓ ଶନି ଷଡାଷ୍ଟକ ସ୍ଥିତି କାରଣରୁ କୌଣସି ଦ୍ରବ୍ୟପ୍ରାପ୍ତିରେ ବିଜାତୀୟ ବ୍ୟକ୍ତି ଜଣେ ଅସହଯୋଗ କରିପାରେ । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ମିଥୁନ – ଶୁକ୍ର ନକ୍ଷତ୍ରସ୍ଥ ଗୁରୁଙ୍କ ଯୋଗୁଁ କର୍ମକ୍ଷେତ୍ରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ସମସ୍ୟା ସମାଧାନ ରାସ୍ତା ଖୋଲିଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

କର୍କଟ – ଧନଭାବସ୍ଥ ବୁଧାଦିତ୍ୟ ଯୋଗରୁ ଅର୍ଥଲାଭ ସଙ୍ଗକୁ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା କୌଣସି ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । ଆତ୍ମସମୀକ୍ଷା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ସିଂହ – ସ୍ୱରାଶିସ୍ଥ ରବିଙ୍କ ଯୋଗୁ ଦୈହିକ ସୁସ୍ଥତା ସଙ୍ଗକୁ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ । ପରିସ୍ଥିତିରେ ପଡି ହଠାତ୍ ବହୁତ୍ ଗୁଡାଏ ଟଙ୍କା ଖର୍ଚ୍ଚକରିବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

କନ୍ୟା – କର୍ମସ୍ଥାନରେ ରାହୁ ଓ ଶୁକ୍ରଙ୍କ ସମ୍ବନ୍ଧରୁ ଯେଉଁ କାମ ହାତକୁ ନେଇଛନ୍ତି ସେଥିରେ ନିଶ୍ଚିତ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ତୁଳା – ଚନ୍ଦ୍ର ଓ ବୁଧ ଲାଭଭାବରେ ରହି ଅର୍ଥ ଓ ସମ୍ମାନ ଲାଭ ସହ ସମସ୍ୟା ସମାଧାନ ମାର୍ଗ ଉନ୍ମୁକ୍ତ କରିବେ । ଶୁକ୍ରଙ୍କ ପ୍ରଭାବରୁ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ବିଛା – ପୂର୍ବ ସମସ୍ୟା କେତେକାଂଶରେ ସୁଧୁରିଯିବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । କଥାବାର୍ତ୍ତା ଓ ବ୍ୟବହାରରେ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କହିବା ଭଲ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଧନୁ – ଶନିଙ୍କ ସ୍ଥିତି ପ୍ରଭାବରୁ ଆଶା ପୂରଣ ହେବାରେ ଜଣେ ବନ୍ଧୁଙ୍କ ସାହାଯ୍ୟ ମିଳିବ । ବୁଧ କର୍ମଭାବରୁ ଅଷ୍ଟମସ୍ଥ ଯୋଗୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ମକର – ପରିସ୍ଥିତି କ୍ରମଶଃ ସୁଧୁରି୍‌ିବାରୁ କାମ କରିବାର ସ୍ପୃହା ଜାଗ୍ରତ ହେବ ଓ ମନୋବଳ କ୍ରମଶଃ ବୃଦ୍ଧି ପାଇବ । ପରିଶ୍ରମର ପାରିଶ୍ରମିକ ପାଇବେ, ଯାହା ଦ୍ୱାରା କି ମନ ଖୁସୀ ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।

କୁମ୍ଭ – ରାହୁଯୁକ୍ତ ଶୁକ୍ର କାରଣରୁ ପରକଥାରେ ମୁଣ୍ଡପୂରାଇଲେ ମନକୁ ଭାରାକ୍ରାନ୍ତ କରିବା ବ୍ୟତୀତ କିଛି ଲାବ ହେବନି । ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବାରୁ ସାମୟିକ ଖୁସୀ ରହିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।

ମୀନ – କର୍ମସ୍ଥାନରେ ପାପଯୁକ୍ତ ବୃହସ୍ପତି ଯୋଗୁ ଯେତେ ଭଲ କାମ କରନ୍ତୁ ନା କାହିଁକି ପରିବାର ମଧ୍ୟରେ ସମାଲୋଚିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.