Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

ଅଗଷ୍ଟ ୨୩ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

23/08/2020 at 6:51 AM

ମେଷ – ଗତକାଲି ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ । ଶନିଙ୍କ ପ୍ରଭାବରୁ କାମ ଗୁଡିକ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।

ବୃଷ – ପାରିବାରିକ ସମସ୍ୟାକୁ ବାରମ୍ବାର ଚିନ୍ତା କରିବା କାରଣରୁ ମାନସିକ ସ୍ଥିରତା ରହିବ ନାହିଁ । ରାହୁଙ୍କ କୁପ୍ରଭାବରୁ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ସକାଶେ ମନ ବଳାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ମିଥୁନ – ଆଜି ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହୋଇଯିବ । ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

କର୍କଟ – କର୍ମକ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ଅସୁବିଧା ହେବନି । ନିର୍ମାଣ କାର୍ଯ୍ୟ, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

ସିଂହ – ବନ୍ଧୁଙ୍କ ସାହାର୍ଯ୍ୟ ଲାଭ କରି ଅଟକି ରହିଥିବା କାମଟି ହଠାତ୍ ହୋଇଯିବ । ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।

କନ୍ୟା – ଆଜି ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇବେ । ଅପୂରଣୀୟ ଆଶା ମନକୁ ଆଲୋଡନ କରିବା କାରଣରୁ ସାମୟିକ ଅଶାନ୍ତି ରହିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ତୁଳା – ଆଜି ପ୍ରତିଯୋଗିତା, ମାଲି ମକଦ୍ଦମା ଓ ବିବାଦୀୟ ଘଟଣାରେ ବିଜୟଲାଭ ଅବଶ୍ୟମ୍ଭାବୀ । ଆବଶ୍ୟକ ସମୟରେ ପାଖରେ ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ବିଛା – ଅଧିକାଂଶ ସମୟ ।ନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଧନୁ – ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିବ । ଆଜିର ଯାତ୍ରା, ପରିବହନ, ବ୍ୟବସାୟ ଓ ବାଣିଜ୍ୟ ମାନ୍ଦା ହେବ ନାହିଁ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।

ମକର – ଆଜି ସକାଳୁ ଯେଉଁ କାମରେ ବାହାରିଛନ୍ତି ସେଥିରେ ସଫଳତା ଅବଶ୍ୟ ପାଇବେ । ପରିବାରରେ ଶାନ୍ତି ଫେରି ଆସିବ । ରପ୍ତାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଂଶସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

କୁମ୍ଭ – ସଠିକ୍ ମାର୍ଗରେ ପରିଚାଳିତ ହୋଇପାରନ୍ତି । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

ମୀନ – ବଳବାନ୍ ଶତ୍ରୁକୁ ଅତି ସହଜରେ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

   Related Posts