ସେପ୍ଟେମ୍ବର ୦୩ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 03, 2020 IST

ମେଷ – ପରିବାରରେ ପୁଅ, ଝିଅଙ୍କ ସମ୍ପର୍କୀୟ ସମସ୍ୟା, ଭାଇ କିମ୍ବା ସହକର୍ମୀଙ୍କ ସହ ଝଗଡା ଦୁଶ୍ଚିନ୍ତାର କାରଣ ହେବ । ସ୍ୱାସ୍ଥ୍ୟ ମଧ୍ୟ ବିଶେଷ ଭଲ ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ବୃଷ – ଆଜି ଆପଣ, ଘର ସକାଶେ, ଜମିଜମା ପାଇଁ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ବନ୍ଧୁ ଓ ପିଲାମାନେ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ମିଥୁନ – ଆପଣ ଆଜି କିଛି କଡା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ । ଯେଉଁ କ୍ଷେତ୍ରରେ ଯାହାକି ନିଷ୍ପତ୍ତି ନେବେ ତାହା ଶେଷ ସମୟରେ ଓଲଟା ପାଲଟ ହୋଇଯିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

କର୍କଟ – ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ ଅବଶ୍ୟ ସବୁ କଥାରେ ନରମି ରହି ପାରିଲେ ହିଁ ସୁଫଲ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ସିଂହ – ଆପଣ ବହୁତ ପୂର୍ବରୁ ଯେଉଁ ପ୍ରାପ୍ୟ ପାଇବାର ଥିଲା ଆଜି ହିଁ ତାହା ପାଇବାର ସୂଚନା ମିଳିବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

କନ୍ୟା – ବୃଥା ସନ୍ଦେହ ଓ ଭୁଲ୍ ବୁଝାମଣା କାରନରୁ ପାରିବାରିକ କ୍ଷେତ୍ର ସମସ୍ୟା ବହୁଳ ରହିବ । ଯାନ୍ତ୍ରିକ ତ୍ରୁଟିକୁ ସୁଧାରି ନେଇ ଚାଳନାରେ ସତର୍କ ରହିବା ଭଲ, ନଚେତ୍ ହଇରାଣ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ତୁଳା – ସବୁ କଥାରେ ନୀରବଦ୍ରଷ୍ଟା ସାଜିବା ଦ୍ୱାରା ଆଗାମୀ ସମୟରେ ହଇରାଣରେ ପଡିପାରନ୍ତି । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

ବିଛା – କର୍ମକ୍ଷେତ୍ରରେ ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । କଚେରୀ ମାମଲା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ଧନୁ – ଆଜି ପଡୋଶୀ, ସହକର୍ମୀ କିମ୍ବା ଭାଇ, ଭଉଣୀଙ୍କ କ୍ଷେତ୍ରରୁ କୌଣସି ସମ୍ମୁଖୀନ ହେବାକୁ ପଡିପାରେ । ନୂତନ କାମର ପରିକଳ୍ପନା କରିବା ସଙ୍ଗକୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ମକର – ଦୀର୍ଘଦିନରୁ କଥା କହୁ ନ ଥିବା ବନ୍ଧୁଟି ସହ ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । କର୍ମକ୍ଷେତ୍ରରେ ଟେନ୍ସନ୍ କିଛି ମାତ୍ରାରେ କମିଯିବା କାରଣରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

କୁମ୍ଭ – ଆଜି ପରିବାରରେ ପିଲାମାନଙ୍କର କିଚି ସମସ୍ୟା ମନକୁ ବିଚଳିତ କରିବ । ଏଣେ ଅଫିସ୍‌ରେ ମଧ୍ୟ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୬ ।

ମୀନ – ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ସଂକୁଚିତ ମନେ କରିବେ । ମନ ଭଲ ନ ଥିବା କାରଣରୁ କାହାର ଭଲ କଥା ମଧ୍ୟ ଆପଣଙ୍କୁ ଭଲ ଲାଗି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.