ସେପ୍ଟେମ୍ବର ୦୪ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 04, 2020 IST

ମେଷ – ଆପଣଙ୍କ ଅସ୍ୱାଭାବିକ ଚିନ୍ତାଧାରା ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ନିରୁତ୍ସାହିତ କରିବ । ଗୃହ, ଭୂମି, ଗାଡିମୋଟର, ବନ୍ଧୁସମ୍ପର୍କକୁ କେନ୍ଦ୍ର କରି କଳହର ସମ୍ଭାବନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ବୃଷ – ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡନ ସୃଷ୍ଟି କରି ମନକୁ ଅଶାନ୍ତ କରିପାରେ । ଘରେ ଅସାବଧାନତାବଶତଃ କୌନସି ମୂଲ୍ୟବାନ ଦ୍ରବ୍ୟ ନଷ୍ଟର ଆଶଙ୍କା ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

ମିଥୁନ – ଆଜି ପାରିବାରିକ ଅସ୍ଥିରତା ଓ ଅଶାନ୍ତି ହତୁ ମଧ୍ୟ ମନ ବିଶେଷ ଭଲ ରହିବ ନାହିଁ । ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

କର୍କଟ – ଆଜି କର୍ମସ୍ଥ ମଙ୍ଗଳ ପାପଗ୍ରହ ଦୃଷ୍ଟିରୁ ଘରୋଇ କାମ ସଙ୍ଗକୁ ଅଫିସ୍ କାମର ଜଞ୍ଜାଳ ବଢିଯିବ, ଫଳରେ ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

ସିଂହ – କିଛି ସାହାର୍ଯ୍ୟ କରିବାକୁ କହିଥିବା ବ୍ୟକ୍ତିଟି ନାସ୍ତିସୂଚକ ବାଣୀ ଶୁଣାଇପାରେ । ନିକଟସ୍ଥ ବ୍ୟକ୍ତି ବିଶେଷ ମାନେ ପରୋକ୍ଷ ସମାଲୋଚନା କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

କନ୍ୟା – କର୍ମକ୍ଷେତ୍ରରେ ଅନ୍ୟମାନଙ୍କର କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ । ଅବଶ୍ୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ତ ନିଶ୍ଚୟ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ତୁଳା – କର୍ମକ୍ଷେତ୍ରରୁ ଅଧିକାଂଶ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୭ୟ କରିବେ । ବିଶାଖା ନକ୍ଷତ୍ର କିନ୍ତୁ ମଧ୍ୟାହ୍ନରେ ଅଫିସ ଭିତରେ ମିତ୍ରତା ବନ୍ଧନରେ ଅବଦ୍ଧ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

ବିଛା – କର୍ମକ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଉପକାର କରିଥିବା ବ୍ୟକ୍ତି ଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହୋଇ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।

ଧନୁ – ସକାଳୁ ସକାଳୁ ସାଧାରଣ ସାଧାରଣ କଥାରେ ଯୁକ୍ତିତର୍କ ବୃଦ୍ଧି ପାଇ କଳହର ରୂପ ନେଇପାରେ । କାର୍ଯ୍ୟପଦ୍ଧତି ବଦଳାଇ ବନ୍ଧୁଙ୍କ ସଦ୍ ଭାବ ଓ ସହକର୍ମୀଙ୍କ ସହ ଯୋଗ ଲାଭ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ମକର – ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖର ବନ୍ଧୁଙ୍କ ସହ ବାକ୍ୟାଳାପ କରି ସମାଲୋଚିତ ହେବାକୁ ପଡିପାରେ । ମନରେ ବିଭିନ୍ନ ପ୍ରକାରର ଭାବନା ସୃଷ୍ଟି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

କୁମ୍ଭ – ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କେତେକ କାମ ହାସଲ କରିବେ । କେତେକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ମୀନ – କର୍ମକ୍ଷେତ୍ରରେ ହଠାତ୍ କୋଣସି ଘଟଣା ମନକୁ ବିବ୍ରତ କରିପାରେ । ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.