Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ସେପ୍ଟେମ୍ବର ୦୯ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

9/09/2020 at 6:45 AM

ମେଷ – ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମ ଗୁଡିକ ଧିର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ । ଶୁଭ ରଙ୍ଗ ହଳଦିଆ। ଶୁଭ ଅଙ୍କ ୮ ।

ବୃଷ – ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନକୁ ଖୁସୀ ହୋଇଯିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ମିଥୁନ – ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃୃଷ୍ଟି  ହୋଇପାରିବ । ଦୀର୍ଘଦିନର ବକେୟା ପାଇପାରନ୍ତି କିମ୍ବା ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ମଧ୍ୟ ଲାଭାନ୍ୱିତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

କର୍କଟ – ଗତକାଲି ଠାରୁ ଅଟକି ରହିଥିବା କାମଗୁଡିକ ଆଜି ସୁବିଧାରେ ହୋଇଯିବ । ପାରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ସିଂହ – ବନ୍ଧୁମାନଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାତ୍ମକ ଭାବ ଉଦ୍ରେକ ହେବ ନାହିଁ । ସାମାଜିକ ସ୍ତରରେ ସାଧାରଣ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

କନ୍ୟା – ଆନୁସଙ୍ଗିକ ସାହାଯ୍ୟ ଓ ସହଯୋଗ କାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ତୁଳା – ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ବିଛା – କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା  ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଧନୁ – ଆପଣଙ୍କର ସୁସ୍ଥ ମାନସିକ କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ । ବନ୍ଧୁମାନଙ୍କ ଗ୍ରହଣରେ ଅପ୍ରିୟସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନୀ ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ହଳଦିଆ । ଶୁଭ ଅଙ୍କ ୮ ।

ମକର – ସହନଶୀଳତା ଗୁଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

କୁମ୍ଭ  – ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବାକୁ ପଡିବ । ପରିବର୍ତ୍ତିତ ସମୟକୁ ଆଖି ଆଗରେ ରଖି କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଷ୍ପତ୍ତି ନେବା ଠିକ୍ ହେବ । ଶୁଭ ରଙ୍ଗ  ଲାଲ୍ । ଶୁଭ ଅଙ୍କ ୬ ।

ମୀନ – ଆଜିର ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

   Related Posts