ସେପ୍ଟେମ୍ବର ୧୦ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | September 10, 2020 IST

ମେଷ – ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମଗୁଡିକ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ବୃଷ – ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନକୁ ଖୁସୀ ହୋଇଯିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ମିଥୁନ – ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି  ହୋଇପାରିବ । ଦୀର୍ଘଦିନର ବକେୟା ପାଇପାରନ୍ତି କିମ୍ବା ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ମଧ୍ୟ ଲାଭାନ୍ୱିତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

କର୍କଟ – ଗତକାଲି ଠାରୁ ଅଟକି ରହିତରବା କାମଗୁଡିକ ଆଜି ସୁବିଧାରେ ହୋଇଯିବ । ପାରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ସିଂହ – ବନ୍ଧୁମାନଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାତ୍ମକ ଭାବ ଉଦ୍ରେକ ହେବ ନାହିଁ । ସାମାଜିକ ସ୍ତରରେ ସାଧାରଣ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

କନ୍ୟା – ଆନୁଷଙ୍ଗିକ ସାହାର୍ଯ୍ୟ ଓ ସହ-ଯୋଗ କାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ତୁଳା – ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ବିଛା – କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା  ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଧନୁ – ଆପଣଙ୍କର ସୁସ୍ଥ ମାନସିକ କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ । ବନ୍ଧୁମାନଙ୍କ ଗ୍ରହଣରେ ଅପ୍ରିୟସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନୀ ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ମକର – ସହନଶୀଳତା ଗୁଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

କୁମ୍ଭ  – ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବାକୁ ପଡିବ । ପରିବର୍ତ୍ତିତ ସମୟକୁ ଆଖି ଆଗରେ ରଖି କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଷ୍ପତ୍ତି ନେବା ଠିକ୍ ହେବ । ଶୁଭ ରଙ୍ଗ  ଲାଲ୍ । ଶୁଭ ଅଙ୍କ ୬ ।

ମୀନ – ଆଜିର ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.