Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ସେପ୍ଟେମ୍ବର ୧୧ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

11/09/2020 at 6:55 AM

ମେଷ – ବିଭିନ୍ନ ପ୍ରକାରର ଦ୍ୱନ୍ଦ୍ୱ ଓ ଆଶା, ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ । ଘର କଥା ହେଉ କିମ୍ବା  କର୍ମକ୍ଷେତ୍ର କଥା ହେଉ ସବୁ କାମ ରେ ବାଧା ଆସିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

ବୃଷ – କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ଆଜି ଆପଣ ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମାନେଇ ନିଜ କାମରେ ଲଗାଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ମିଥୁନ – ଟଙ୍କା ପାଇସାର ଭୁଲ୍ ହିସାବରୁ , ଅଲଗା ସ୍ଥାନରେ ରଖିଦେଇଥିବା କାରଣରୁ, ଦେବା ନେବା କ୍ଷେତ୍ରରେ ଝମେଲାର ଆଶଙ୍କା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

କର୍କଟ – ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସାମାଜିକ ସ୍ତରରେ ବହୁ ଦିଗରୁ ସହ-ଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।

ସିଂହ – ଆଜିର ପରିସ୍ଥିତି ଓ ରହିଥିବା ପରିବେଶ ଆପଣଙ୍କ କାମକୁ ସହଜରେ କରାଇ ଦେବ ନାହିଁ । ଗତକାଲି  ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ । ଶୁଭ ରଙ୍ଗ ୫ । ଶୁଭ ଅଙ୍କ ୮ ।

କନ୍ୟା – ଆଜି ଆପଣ ଯାହାକୁ ଯାହା କହିବେ କିମ୍ବା କରିବେ । ସବୁ ଭାବିଚିନ୍ତି କରନ୍ତୁ । ନତୁବା ପରିସ୍ଥିତି ଭିନ୍ନ ରୂପ ପରିଗ୍ରହ କରିବ । ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ତୁଳା – ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସଙ୍ଗକୁ କାଳ କ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ । ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।

ବିଛା – କର୍ମ କ୍ଷେତ୍ରରେ ଅଥବା ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।

ଧନୁ – ପ୍ରତ୍ୟେକ କ୍ଷେତ୍ରରେ ସରଳତାକୁ ପ୍ରାଧାନ୍ୟ ଦେଇ ଠକାମିର ଶିକାର ହୋଇପାରନ୍ତି । ପିଲା ମାନଙ୍କ ବିବାହ ସମ୍ପର୍କୀୟ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗା-ଯୋଗ କରି କୃତ କାର୍ଯ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ମକର – କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖା ଦେଇପାରେ । ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

କୁମ୍ଭ  – ନିଜର ଲୋକମାନଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧୀ ଘଟିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ମୀନ – କର୍ମକ୍ଷେତ୍ରରେ ଚେଷ୍ଟା କରୁଥିବା କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମନ ଖୁସୀ ହୋଇଯିବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

   Related Posts