Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ସେପ୍ଟେମ୍ବର ୧୩ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

13/09/2020 at 6:50 AM

ମେଷ – କୃତ୍ତକା ନ୩ତ୍ର ଆଜି ପ୍ରତ୍ୟେକ ଦିଗରୁ ମନ ଖୁସୀ ରହିବ, କାମ ଗୁଡିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ବୃଷ – ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ । ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ମିଥୁନ – ପାରିବାରିକ କ୍ଷେତ୍ରରେ ଯେଉଁ ସମସ୍ୟା ରହିଛି ହଠାତ୍ କୋନସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢି ଯାଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

କର୍କଟ – ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । ଘର କଥାନେଇ ସ୍ତ୍ରୀଙ୍କ ସହ ଆଲୋଚନା କଲେ ଆପଣଙ୍କ ଆଶଙ୍କା ଅପରାହ୍ନେ ଦୂର ହୋଇପାରିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ସିଂହ – ଆଜି ବିଭିନ୍ନ ସମସ୍ୟା ମଧ୍ୟରେ ପିଲାମାନଙ୍କ ସ୍ଥିତି ସକାଶେ ମନ ଅସ୍ଥିର ରହିବ । ଆର୍ଥିକ ଅଭାବ ଓ ଅନଟନ ଜନିତ ଧାର କରଜ କରିବା ହେତୁ ମନ ବେଶି ବିବ୍ରତ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

କନ୍ୟା – ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସୀ ହୋଇଯିବ । ବନ୍ଧୁ ବାଣିଜ୍ୟ,ବ୍ୟବସାୟ ଓ ନିର୍ମାଣ, କଂଟ୍ରାକ୍ଟରୀ , ହୋଟେଲ ଏବଂ ରେଷ୍ଟୁରାଣ୍ଟ ପ୍ରଦ୍ଭୃତିରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।

ତୁଳା – ଆଜି ଦିନଟିରେ ଆପଣ ଯେତିକି ଚାହୁଁଛନ୍ତି ସେମିତି କାମ କରନ୍ତୁ କିଛି ଅସୁବିଧା ହେବନି । ଘରେ ପିଲାର ସ୍ୱାସ୍ଥ୍ୟ ବାରମ୍ବାର ଖରାପ ହେଉ ଥିବାରୁ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।

ବିଛା – ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଚନ୍ତି ସେ ହିଁ ସମସ୍ୟର କାରଣ ହୋଇପାରେ । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଧନୁ – ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ବଲ ରହିବ ନାହିଁ । କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ମକର – ଆଜି ଆପଣ ବିଶେଷ ଖର୍ଚ୍ଚାନ୍ତ ହେବେ ସିନା କାମ ଅଟକିବ ନାହିଁ, ସୁବିଧାରେ ହୋଇଯିବ । ମାଲିମକଦ୍ଦମା,ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

କୁମ୍ଭ – ଆଜିର ବିବାଦୀୟ ପରିସ୍ଥିତି ଭିନ୍ନ ଆକାର ଧାରଣ କରିପାରେ, ଏଣୁ ସତର୍କରେ କାମ କରିବା ଭଲ । କଠିନ ଶ୍ରମ ଜନିତ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

ମୀନ – ଆଜିର କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ଏଣୁ ମନ ହାଲୁକା ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

   Related Posts