Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ସେପ୍ଟେମ୍ବର ୧୮ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

18/09/2020 at 7:23 AM

ମେଷ – ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ । ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ନିକଟସ୍ଥ ପାଖ ପଡୋଶୀମାନେ ସହାୟତା ଆଶା କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ମିଥୁନ – କର୍ମକ୍ଷେତ୍ରରେ ପ୍ରତିଯୋଗୀ କିମ୍ବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । ପୂର୍ବ ଯୋଜନା ଅନୁଯାୟୀ କର୍ମ କରନ୍ତୁ ଅବଶ୍ୟ କେତେକାଂଶରେ ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

କର୍କଟ – କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

ସିଂହ – କର୍ମକ୍ଷେତ୍ରରେ ମାତ୍ରାଧିକ ଭ୍ରମଣ ଓ କାମର ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ । ଆକସ୍ମିକ ଭାବରେ ପଦସ୍ଥ ବ୍ୟକ୍ତିଙ୍କ କିଛି ଆଶ୍ୱସ୍ତି ସୂଚକ କଥା ଶୁଣି ମନ ହାଲୁକା ହୋଇଯିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।

କନ୍ୟା – ପାରିବାରିକ ଅଶାନ୍ତି କାରଣରୁ ଚିନ୍ତାରେ ମାନସିକ ସ୍ଥିରତା ରହିବ ନାହିଁ । ଆଜିର ଯାତ୍ରାରେ ଲକ୍ଷ୍ୟସ୍ଥଳରେ କିଛିଟା ହଇରାଣ ହରକତ ହେବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।

ତୁଳା – କେତେକ ଦୀର୍ଘ ମିଆଦି ଯୋଜନା ଫସର ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ । ବ୍ୟବସାୟରେ ଓ ପରିବହନରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ବିଛା – ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରି ଆଶା ପୁରଣ ଦିଗରେ ଚେଷ୍ଟା କରିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅବହେଳା କରନ୍ତୁ ନାହିଁ, ନଚେତ୍ ପରେ ଚିନ୍ତା କରିବାକୁ ପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ଧନୁ – ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ମକର – ଆଜି ଯେ କୌଣସି ପ୍ରକାରେ ସମସ୍ତ କାମ ଶେଷ କରିବାକୁ ବାଧ୍ୟ ହେବେ । ବାଣିଜ୍ୟ କ୍ଷେତ୍ରରେ ଆଶାନୁରୂପ ଲାଭ ନ ହୋଇପାରେ । ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

କୁମ୍ଭ – ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ମୀନ – ପାରିବାରିକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବା ସକାଶେ ବାଧ୍ୟ ହୋଇପାରନ୍ତି । ଅଫିସ୍ କାମର ଜଞ୍ଜାଳ ବୃଦ୍ଧି ପାଇପାରେ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

   Related Posts