Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||
  • ଟାଙ୍ଗୀ : ତାରିଣୀ ଦର୍ଶନ ସାରି ଫେରୁଥିଲେ, ଅଧାରାସ୍ତାରେ ଧକ୍କା ଦେଲା ଟ୍ରକ, ଚାଲିଗଲା ୩ ଜୀବନ
  • ||
  • ବିଏସକେଓ୍ୱାଇରେ ଯୋଡିହେବ କୋରାପୁଟ, ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ
  • ||

ଅକ୍ଟୋବର ୩ ତାରିଖ, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

3/10/2020 at 7:10 AM

ମେଷ – ପାପଗ୍ରହ ଦୃଷ୍ଟି ଚତୁର୍ଥଭାବ ଯୋଗୁଁ ଅସୁସ୍ଥ ପାରିବେଶିକ କୁପ୍ରଭାବ , ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ବୃଷ – ନୀଚରୋହୀ ରାଶ୍ୟାଧିପ ହେଲେ ମଧ୍ୟ ସ୍ୱାସ୍ଥ୍ୟ ବିଶେଷ ଭଲ ନ ଥିଲେ ଗୁରୁତର ସମସ୍ୟା ରହିବ । ସଭା ସମିତିରେ ସମ୍ମାନିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ମିଥୁନ – ପ୍ରତିବନ୍ଧକ ମଧ୍ୟରେ କାମ ଅଟକି ଯିବା ସଙ୍ଗକୁ ଅର୍ଥ ସମ୍ପର୍କୀୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ପିଲାଙ୍କ ଅଭିଯୋଗକୁ ନେଇ ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

କର୍କଟ – ସ୍ୱଗୃହୀ ବକ୍ରୀ ମଙ୍ଗଳ କର୍ମସ୍ଥ ଯୋଗୁ କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । ସାମୟିକ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ସିଂହ – ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ଅସନ୍ତୁଳନ କଥାବାର୍ତ୍ତାରୁ ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସ୍ଥିରତା ହରାଇବେ । ଶୁଭ ଅଙ୍କ ନୀଳ । ଶୁଭ ଅଙ୍କ ୧ ।

କନ୍ୟା – ଶନି ଦୃଷ୍ଟି ବୁଧ ହେତୁ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ । ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ୍ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ତୁଳା – କର୍ମାଧିପ ନିଜ ଭାବରୁ ଅଷ୍ଟମସ୍ତ ଯୋଗୁଁ କାମରେ ସଫଳତା ପାଇବା କଷ୍ଟକର ହୋଇପାରେ । ଆପଣ ଏପରି କି ଆଜି ନିଜ ଲୋକମାନଙ୍କ ଉପରେ ଭରସା କରିପାରିବେ ନାହିଁ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।

ବିଛା – ରାଶିରେ ମୁଣ୍ଡ ନ ଥିବା ଗ୍ରହ ଥିବାରୁ ସାବଧାନତା ସହକାରେ କାମ କରିବା ଭଲ ହେବ, ଅନ୍ୟଥା କେତେକ ସାମାନ୍ୟ ଭୁଲ୍ ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଧନୁ – କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ । ଚତୁର୍ଥଭାବ ଶନିଙ୍କ ଦୃଷ୍ଟିରେ ଥିବାରୁ ପାରିବାରିକ ଜଞ୍ଜାଳ ବୃଦ୍ଧି ମନସ୍ତାପ ସୃଷ୍ଟି କରିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।

ମକର – ପାପଗ୍ରହ ମଧ୍ୟସ୍ଥ ଗୁରୁ ହେତୁ କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣାରୁ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।

କୁମ୍ଭ – ଶୁକ୍ର ଦୃଷ୍ଟିରେ ଚନ୍ଦ୍ର ହେତୁ ସକାଳୁ ସକାଳୁ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍ ଆକସ୍ମିକ ଦୂର ଯାତ୍ରା କରିବାକୁ ପଡିପାରେ । କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ମୀନ – ବୁଧ ରାଶି ଠାରୁ ଅଷ୍ଟମସ୍ଥ ହେତୁ ପରିବାରରେ ସମସୟା ସମାଧାନ ନ ହେବା କାରଣରୁ ଟେନସନ୍ ବଢିଯିବ । ଭୁଲ୍ ବୁଝାମଣାରୁ ଭୋଗ ବିଳାସରେ ବାଧାବିଘ୍ନ ଘଟିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।

   Related Posts