ଅକ୍ଟୋବର ୭ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | October 07, 2020 IST

ମେଷ – କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଓ ସଫଳତା ଅର୍ଜନ କରିବେ । କେତେକ ଅସହିଷ୍ଣୁ ମନୋଭାବର ପରଶ୍ରୀକାରତ ବନ୍ଧୁଙ୍କ ଅସମ୍ମାନଜନିତ କଥାରୁ କଳହ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କରିବା ଭଲ ହେବ । ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ମିଥୁନ – ପାରିବାରିକ ସମସ୍ୟା ଓ ଅର୍ଥର ବୋଝ ମନକୁ ବିଚଳିତ କରିବ । କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

କର୍କଟ – ଆଜି ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ବିଶେଷ ଆନନ୍ଦ ପ୍ରଦାନ କରିବ । ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ସିଂହ – ଆଜି ଅନ୍ୟସନସ୍କତା କିମ୍ବା ଅସାବଧନତା ବଶତଃ ଧନ ହାନି ଯୋଗ ମଧ୍ୟ ରହିଛି । କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୭ ।

କନ୍ୟା – ଆଜି ଦିନଟିରେ ଯାହା ପାଇବେ ତାହା ଠାରୁ ଦୁଇଗୁଣ ଖର୍ଚ୍ଚ କରିବାକୁ ପଡିବ । ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ତୁଳା – ପୂର୍ବପରିକଳ୍ପତ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

ବିଛା – ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ । ଭୁଲ୍ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

ଧନୁ – ଯେତିକି ପାଉଛନ୍ତି, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ କାରଣ ଅଧିକ ଆଶା କରି କିଛି ଲାଭ ହେବନି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ମକର – କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିପାରନ୍ତି । ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

କୁମ୍ଭ – ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସାମାଧାନ ହୋଇଯିବ । ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ମୀନ – ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ସଫଳତା ଆଣି ଦେବ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି, ଯାହା କି ଆପଣଙ୍କ ପାଇଁ ମହଙ୍ଗା ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.